ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ଦାୟିତ୍ୱ ନେବେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ଅଧ୍ୟକ୍ଷାଙ୍କ…

ପୁରୁଷୋତ୍ତମପୁର,୧୩ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଦାୟିତ୍ୱ ନେବେ ବୋଲି ଜଣାପଡ଼ିଛି। ଏଥିନେଇ ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠି ନଂ ୨୨୧ରେ ମ୍ୟୁନିସିପାଲିଟି ଆଇନର ଧାରା ୮୯ (ଏ)ପ୍ରକାରେ ଉପାଧ୍ୟକ୍ଷଙ୍କୁ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରି କାର୍ଯ୍ୟ କରିବା ଲାଗି ଜଣାଇଛନ୍ତି।

ସୂଚନାଯୋଗ୍ୟ, ଉପାଧକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଓ ୮ ଜଣ କାଉନସିଲର ଗତ ସେପ୍ଟେମ୍ବର ୨ ତାରିଖରେ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଲାଗି ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଏହାକୁ ନେଇ ଓଡ଼ିଶା ମ୍ୟୁନିସିପାଲ ଆଇନ ଅନୁଯାୟୀ, ଜିଲାପାଳଙ୍କ ଆଦେଶକୁ ନେଇ ଗତ ସେପ୍ଟେମ୍ବର ୧୨ଖରେ ଛତ୍ରପୁର ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ହୋଇଥିବା ଅନାସ୍ଥା ଭୋଟରେ ୧୩ କାଉନସିଲରଙ୍କ ମଧ୍ୟରୁ ୧୦ ଜଣ ଉପସ୍ଥିତ ରହି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ବିରୋଧରେ ଭୋଟ୍‌ ଦେଇଥିଲେ। ମାତ୍ର ଅନାସ୍ଥା ପ୍ରସଙ୍ଗ ଉପରେ ପ୍ରିୟଙ୍କା ଓ ତାଙ୍କ ସମର୍ଥିତ ଦୁଇ କାଉନସିଲର ଭୋଟ୍‌ ପୂର୍ବରୁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇ ଦୁଇଟି ପିଟିଶନ ଦାଖଲ କରିଥିଲେ। ଏହାର ବିଚାର କରି ମାନ୍ୟବର ହାଇକୋର୍ଟ ଗତ ଅକ୍ଟୋବର ୯ରେ ୪୪ ପୃଷ୍ଠାର ଏକ ବଡ଼ ରାୟ ଦେଇ ହୋଇଥିବା ପିଟିଶନକୁ ଖାରଜ କରିଦେଇଥିଲେ।

ହାଇକୋର୍ଟଙ୍କ ଏହି ରାୟ ଆସିବା ପରେ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗତମାସ ୨୪ ତାରିଖରେ ଚିଠି ନଂ ୨୧୯୧୦ ପ୍ରକାରେ ଅନାସ୍ଥା ଭୋଟ୍‌ର ଫଳାଫଳକୁ ନେଇ ବିଜ୍ଞପ୍ତି ପ୍ରକାଶ କରି ଅଧ୍ୟକ୍ଷା ପଦ ହରାଇଥିବା ନେଇ ସ୍ପଷ୍ଟ କରିବା ସହ ସେହିଦିନ ଚିଠି ନଂ ୧୯୬୬ ପ୍ରକାରେ ଗେଜେଟ୍‌ ନୋଟିଫିକେଶନ ମଧ୍ୟ କରିଥିଲେ। ଗତ ପୌର ନିର୍ବାଚନ ପରେ ୨୦୨୨ ଏପ୍ରିଲ ୫ରେ ଅଧ୍ୟକ୍ଷା ଭାବେ ପ୍ରିୟଙ୍କା ଦାୟିତ୍ୱ ନେଇଥିଲେ। ମାତ୍ର ନିଜର କାର୍ଯ୍ୟକାଳ ଆରମ୍ଭରୁ ହିଁ ସେ ବିବାଦୀୟ ହୋଇପଡ଼ିଥିଲେ। ଯାହାର ଫଳସ୍ବରୁପ ଶେଷରେ ତାଙ୍କୁ ଗାଦିଚ୍ୟୁତ ହେବାକୁ ପଡ଼ିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri