ସରକାରୀ କାର୍ଯ୍ୟ ପାଇଁ ବିମାନରେ ଯାତ୍ରା କରିପାରିବେ ମନ୍ତ୍ରୀ, ମିଳିଲା ଅନୁମତି

ଭୁବନେଶ୍ୱର,୧୩।୧୧: ଏଣିକି ମନ୍ତ୍ରୀମାନେ ସରକାରୀ କାର୍ଯ୍ୟ ପାଇଁ ବିମାନରେ ଯାତ୍ରା କରିପାରିବେ। ବୁଧବାର ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ଅନୁମତି ମିଳିଛି। ଏନେଇ ବିଭାଗ ପକ୍ଷରୁ ଏକ ଅଫିସିଆଲ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜ୍ଞପ୍ତି ଅନୁଯାୟୀ ଉଭୟେ କ୍ୟାବିନେଟ ମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀ ବିମାନରେ ଏକ୍‌ଜିକ୍ୟୁଟିଭ୍‌, ବିଜନେସ୍ ଏବଂ କ୍ଲବ କ୍ଲାସରେ ଯାତ୍ରା କରିପାରିବେ। ଏହି ସୁବିଧା ଭାଜପା ସରକାରରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ୮ କ୍ୟାବିନେଟ ମନ୍ତ୍ରୀ ଏବଂ ୫ ରାଜ୍ୟ(ସ୍ୱାଧୀନ) ମନ୍ତ୍ରୀଙ୍କୁ ମିଳିବ।

ଏହାପୂର୍ବରୁ ସରକାରୀ କାର୍ଯ୍ୟରେ ରାଜ୍ୟ ଭିତରେ ବିମାନଯୋଗେ ଯାତ୍ରା କରିବାକୁ ସରକାରୀ ଅଧିକାରୀଙ୍କୁ ଅନୁମତି ଦେଇଥିଲେ ବର୍ତ୍ତମାନର ସରକାର। ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ ଗ୍ରୁପ୍-ଏ ବର୍ଗର (ଲେଭେଲ-୧୨ ଏବଂ ତଦୁର୍ଦ୍ଧ) ରାଜ୍ୟ କର୍ମଚାରୀଙ୍କୁ ରାଜ୍ୟ ରାଜ୍ୟ ମଧ୍ୟରେ ସରକାରୀ କାର୍ଯ୍ୟକ୍ରମ ସମୟରେ ବିମାନ ଯୋଗେ ଯାତ୍ରା କରିବାକୁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଥିଲେ।

ବର୍ତ୍ତମାନ ଆନ୍ତଃରାଜ୍ୟ ଆକାଶମାର୍ଗରେ ସଂଯୋଗକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ତୁରନ୍ତ ପ୍ରଭାବ ସାହିତ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri