ଲୁହାରଡ୍‌ ଚୋରି କରି ଜେଲ୍‌ ଗଲେ ୮

କେସିଙ୍ଗା,୧୩ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଡୁମେର ମୁଣ୍ଡା ଗ୍ରାମସ୍ଥିତ କେସିଙ୍ଗା ଏନ୍‌ଏସିର ଆବର୍ଜନା ଗୃହଠାରୁ ଲୁହାରଡ୍‌ ଚୋରି ଘଟଣାରେ ୮ଜଣ ଚୋରଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି। ଗତ ୧୦ ତାରିଖରେ ଚୋରି ହୋଇଥିବା ନେଇ ଗତ ୧୧ ତାରିଖରେ କେସିଙ୍ଗା ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ କେନ୍ଦ୍ର କରି କେସିଙ୍ଗା ଥାନାର ଏଏସ୍‌ଆଇ ଡି.ମୋହନ ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଅଭିଯୋଗର ୨୪ ଘଣ୍ଟା ଭିତରେ ଗତକାଲି ଚୋରି ଘଟଣାରେ ସଂପୃକ୍ତ ଥିବା ୮ ଜଣ ଯୁବକଙ୍କୁ ଗିରଫ କରାଯାଇଛି। ଗିରଫ ଯୁବକମାନେ ହେଲେ ଛବି ତାଣ୍ଡି(୨୯)। କାମଦେବ ସୁନା(୨୦), ଲିଙ୍ଗ ସୁନା (୩୨), ସୁନ୍ଦର ସିଂ ହରିଜନ(୨୩, ଧର୍ମେନ୍ଦ୍ର ହରିଜନ(୩୦), ସୀତାକାନ୍ତ କରୁଆଁ(୨୦), ଜିତେନ୍ଦ୍ର ହରିଜନ(୨୭) ଓ ପ୍ରଫୁଲ୍ଲ ପାୟା ସିଂ (୩୬)। ଏମାନଙ୍କ ମଧ୍ୟରୁ ୭ ଜଣ ଦୁମେରମୁଣ୍ଡା ଗ୍ରାମର ବାସିନ୍ଦା ହୋଇଥିବାବେଳେ ଜଣେ ସିରୋଲ ଗାଁର ବୋଲି ଜଣାପଡ଼ିଛି। ସେମାନଙ୍କ ନିକଟରୁ ଚୋରି ହୋଇଥିବା ୭ ବଣ୍ଡଲ ଲୁହାରଡ୍‌ ଓ ଗୋଟିଏ କଟର ମେଶିନ ଜବତ କରିଛି ପୋଲିସ । ୮ ଜଣ ଚୋରଙ୍କର ଡାକ୍ତରୀ ପରୀକ୍ଷା ପରେ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri