ରାଜ୍ୟ କ୍ୟାବିନେଟ୍‌ରେ ୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ, ଏଥିରେ ରହିଛି…

ଭୁବନେଶ୍ୱର,୧୩ା୧୧: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କ୍ୟାବିନେଟ୍‌ ବୈଠକରେ ୮ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।

ଏଥିରେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ୫ଟି, ସାଧାରଣ ପ୍ରଶାସନ ବିଭାଗର ଗୋଟିଏ ଓ ଜଳସମ୍ପଦ ବିଭାଗର ଗୋଟିଏ ଲେଖାଏ ପ୍ରସ୍ତାବ ରହିଥିବାବେଳେ ବିଧାନସଭା ଅଧିବେଶନ ଆହୂତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ଅନୁମୋଦନ ମିଳିଛି । ମୁଖ୍ୟ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ସରକାରୀ ଚାକିରି ଚୟନ ପରୀକ୍ଷାରେ ପାରଦର୍ଶିତା ଆଣିବା ପାଇଁ ‘ଓଡ଼ିଶା ସାର୍ବଜନୀନ ପରୀକ୍ଷା(ଅନୁଚିତ୍ ସାଧନ ନିବାରଣ) ଆଇନ-୨୦୨୪’କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି), ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ, ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ ଆୟୋଗ, ସର୍ଭିସ ସିଲେକ୍ସନ ବୋର୍ଡ, ଓଡ଼ିଶା ପୋଲିସ ସିଲେକ୍ସନ ବୋର୍ଡ, ଓଡ଼ିଶା ଶିକ୍ଷା(ରାଜ୍ୟ ପାଇଁ ସିଲେକ୍ସନ ବୋର୍ଡ) ରୁଲସ-୧୯୯୨, ଓଡ଼ିଶା ଜେଇଇ ସମେତ ରାଜ୍ୟ ସରକାରଙ୍କ ଦ୍ୱାରା ନିୟୋଜିତ କିମ୍ବା ଗଠିତ ଚୟନ କମିଟି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତି ଏଜେନ୍ସି ଦ୍ୱାରା ପରିଚାଳିତ ସମସ୍ତ ସରକାରୀ ପରୀକ୍ଷା ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ ଓ ପାରଦର୍ଶୀ କରିବାକୁ ଏହି ନୂଆ ଆଇନ ଅଣାଯାଇଛି । ଏହି ବିଲ୍‌କୁ ଆସନ୍ତା ଶୀତ ଅଧିବେଶନରେ ବିଧାନସଭାରେ ପାରିତ କରିବାରକୁ ସରକାର ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri