‘ବେଆଇନ ନିର୍ମାଣକାରୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ’

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବିନା ପାର୍କିଂ ବ୍ୟବସ୍ଥାରେ ବ୍ୟବସାୟିକ କେନ୍ଦ୍ର ଗଢ଼ି ଉଠିଥିବାରୁ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ିଛି। ସେହିପରି ସରକାରୀ ଜମିରେ ବିନା ପ୍ଲାନ୍‌ରେ ରାସ୍ତା କଡ଼ରେ ବ୍ୟବସାୟିକ ଘର ନିର୍ମାଣ ହୋଇଛି। ଅନେକ ବ୍ୟବସାୟିକ ଘର ବିନା ପ୍ଲାନ୍‌ରେ ନିର୍ମାଣ ହେଉଥିବା ପୌରପାଳିକା ନଜରକୁ ଆସିବା ପରେ ସଂପୃକ୍ତ ଘର ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ଲାନ ନ ନେଇ ଏହି ଘର ନିର୍ମାଣ ହେଉଥିବା ନେଇ ସ୍ଥାନୀୟ ଅଧିବାସୀ ଅଭିଯୋଗ କରିବା ପରେ ଯାଞ୍ଚ କରାଯାଇଥିଲା। ଗାନ୍ଧୀ ଛକ ନିକଟରେ ଭି. ମାର୍ଟର ତୃତୀୟ ମହଲା ଘର ନିର୍ମାଣ ଚାଲିଛି। ପ୍ଲାନ୍‌ ନ ଥାଇ ଘର ନିର୍ମାଣ ହେଉଥିବାରୁ ଘର କାମ ବନ୍ଦ ରଖିବାକୁ ଘର ମାଲିକଙ୍କୁ କୁହାଯାଇଛି। ଉକ୍ତ ସ୍ଥାନରେ ଭି-ମାର୍ଟ ଏବଂ ଷ୍ଟାଇଲ ବଜାର ଥିବାବେଳେ ପାର୍କିଂ ସୁବିଧା ନ ଥାଇ ଦୁଇଟି କୋଠା ଚାଲି ଆସୁଥିବା ଅଭିଯୋଗ ହୋଇଛି। ଉକ୍ତ କୋଠାରେ ତୃତୀୟ ମହଲା କାମ ବିନା ପ୍ଲାନ୍‌ରେ ଚାଲିଥିବା ଅଭିଯୋଗ ପରେ କାମ ବନ୍ଦ କରାଯାଇଛି ବୋଲି ପୌର ନିର୍ବାହୀ ଅଧିକାରୀ ବସନ୍ତ କୁମାର ସେଠୀ ସୂଚନା ଦେଇଛନ୍ତି। ଏନେଇ ଉକ୍ତ କୋଠାର ମାଲିକ ଲାଡି ସିଂହ କହିଛନ୍ତି ଯେ, କୌଣସି ବେଆଇନ କାମ କରାଯାଇନାହିଁ। ଅନୁମତି ନେଇ କାମ କରୁଛନ୍ତି। ସେହିପରି ଅଜନ୍ତା ଲଜ୍‌ ଗଳିରେ ଏକ ବ୍ୟବସାୟିକ କୋଠା ବିନା ପ୍ଲାନ୍‌ରେ ନିର୍ମାଣ ହେଉଥିବା ଜଣାପଡ଼ିବା ପରେ କାମ ବନ୍ଦ କରିବାକୁ କୁହାଯାଇଛି। କଲେଜ ରୋଡ୍‌ରେ ଜଣେ ପ୍ରଭାବଶାଳୀ ଲୋକ ସରକାରୀ ଜମିରେ ବ୍ୟବସାୟିକ କୋଠା ନିର୍ମାଣ କରି ଲାଭବାନ ହେଉଥିବାବେଳେ ଏନେଇ ପୌରପାଳିକା ପକ୍ଷରୁ ନୋଟିସ୍‌ ପରେ ଉତ୍ତର ଦେଇ ବେଆଇନ କାମର ପରୋକ୍ଷରେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri