Posted inଖେଳ

ଭାରତୀୟ ବ୍ୟାଟରଙ୍କ ଧୂଆଁଧାର ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ଆଗରେ ଟାର୍ଗେଟ ୨୧୯ ରନ୍‌

ସେଞ୍ଚୁରିଅନ୍‌,୧୨ା୧୧: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ପ୍ରଥମ ଅନ୍ତର୍ଜାତୀୟ ଶତକ ହାସଲ କରିଛନ୍ତି ତିଳକ ବର୍ମା। ତାଙ୍କ ଶତକ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୨୧୯ ରନ୍‌ ସଂଗ୍ରହ କରିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପ୍ରଥମ ଓଭରରେ ଖାତା ଖୋଲିବା ଆଗରୁ ସଞ୍ଜୁ ସାମସନ(୦)ଙ୍କ ଉଇକେଟ ହରାଇଥିଲା।

ଅଭିଷେକ ଶର୍ମା(୫୦) ଓ ତିଳକ ବର୍ମା(୧୦୭*) ତୃତୀୟ ଉଇକେଟରେ ୧୦୭ ରନ୍‌ ଯୋଡିଥିଲେ। ଅଭିଷେକ ୨୫ ବଲ ଖେଳି ୩ ଚୌକା ଓ ୫ ଛକା ସହ ୫୦ ରନ୍‌ କରିଥିଲେ। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ମାତ୍ର ୧ ରନ୍‌ କରିଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୧୮ ରନ୍‌ କରି ପ୍ୟାଭିଲିୟନ ଫେରିଥିଲେ। ଗୋଟିଏ ପଟରୁ ଉଇକେଟ ସମ୍ଭାଳିଥିବା ତିଳକ ୫୬ ବଲ୍‌ ଖେଳି ୮ ଚୌକା ଓ ୭ ଛକା ମାରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ କେଶବ ମହାରାଜ,ଆଣ୍ଡିଲେ ସିମାଲିନେ ୨ଟି ଲେଖାଏ ଓ ମାର୍କୋ ଜାନସେନ ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri