କୋର୍ଟରେ ହାଜର ହେଲେ ଏମ୍‌ପି ପ୍ରଦୀପ, ପାଠକ ବାପପୁଅ

ବ୍ରହ୍ମପୁର, ୧୪ା୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ଏକାଧିକ ଯୁବକଙ୍କଠାରୁ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବହିଷ୍କୃତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକ ବୁଧବାର କୋର୍ଟରେ ହାଜର ହୋଇଛନ୍ତି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଗ୍ରାମୀଣ) ଜୁଏଲ ପଟ୍ଟନାୟକଙ୍କ କୋର୍ଟରେ ହାଜର ହେବା ପରେ ସେମାନଙ୍କ ନାଁରେ ଗତ ୨୦୨୦-୨୧ରେ ରୁଜୁ ହୋଇଥିବା ୪ ମାମଲାରେ ଚାର୍ଜଫ୍ରେମ କରାଯାଇଥିଲା। ପରେ ମାମଲାର ବିଚାର ଆରମ୍ଭ ହେବ ବୋଲି ସରକାରୀ ଓକିଲ ମାଗୁଣି ଚରଣ ପୋଲାଇ କହିଛନ୍ତି।

ଟାଟା କମ୍ପାନୀରେ ନିଯୁକ୍ତି ନାଁରେ ଟଙ୍କା ଠକେଇ କରିଥିବା ନେଇ ଗୋପାଳପୁରର ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ଏମ୍‌ପି ପ୍ରଦୀପଙ୍କ ନାମରେ ପ୍ରଥମେ କ୍ରାଇମବ୍ରାଞ୍ଚ ଓ ପରେ କଟକ ସାଇବର୍‌ ଥାନାରେ ମାମଲା ରୁଜୁ ହୋଇଥିଲା। କ୍ରାଇମବ୍ରାଞ୍ଚ ଟିମ୍‌ ୨୦୨୦ ନଭେମ୍ବରରେ ବ୍ରହ୍ମପୁର ଆସିଥିଲା। ତଦନ୍ତ ପରେ ପର୍ଯ୍ୟାୟକ୍ରମେ ପ୍ରଦୀପଙ୍କ ନାମରେ ୫ଟି ଠକେଇ ମାମଲା ରୁଜୁ ହୋଇଥିଲା। ୪ଟି ମାମଲା ଗୋଳନ୍ଥରା ଥାନା ଓ ଗୋଟିଏ ବୈଦ୍ୟନାଥପୁର ଥାନାରେ ରୁଜୁ ହୋଇଥିଲା। ପୂର୍ବରୁ ଗୋଟିଏ ମାମଲାରେ ଚାର୍ଜଫ୍ରେମ ହୋଇସାରିଥିଲା। ବୁଧବାର ଗୋଳନ୍ଥରା ଥାନାର ୩ଟି ମାମଲା ଓ ବୈଦ୍ୟନାଥପୁର ଥାନାରେ ରୁଜୁ ହୋଇଥିବା ଗୋଟିଏ ମାମଲାର ଚାର୍ଜଫ୍ରେମ ହୋଇଛି। ସୂଚନାଯୋଗ୍ୟ, ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ୪ ମାମଲାର ଅଭିଯୋଗକାରୀ ଗତ ମେ ମାସରେ ମକଦ୍ଦମା ପ୍ରତ୍ୟାହାର କରିବା ସହିତ ପରବର୍ତ୍ତୀ ବିଚାର ଆଗକୁ ନ ନେବା ପାଇଁ ତାଙ୍କ ଓକିଲଙ୍କ ଜରିଆରେ କୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। ଠକେଇ ହୋଇଥିବା ଟଙ୍କା ପାଇସାରିଥିବାରୁ ମାମଲା ପ୍ରତ୍ୟାହାର ପାଇଁ ଅନୁରୋଧ କରିଥିଲେ। କିନ୍ତୁ ବୁଧବାର କୋର୍ଟରେ ୪ଟି ମାମଲାରେ ଚାର୍ଜଫ୍ରେମ ହୋଇଥିଲା। ଏମ୍‌ପି ପ୍ରଦୀପ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ପୂର୍ବର ବିଜେଡି ସରକାର ଅମଳରେ ମିଥ୍ୟା କେସ୍‌ ଦିଆଯାଇଥିଲା, ଯାହାର ଚାର୍ଜଫ୍ରେମ ହେଲା। କୋର୍ଟଙ୍କ ବିଧିବ୍ୟବସ୍ଥା ଯାହା ରହିଛି, ତାହା ପର୍ଯ୍ୟାୟକ୍ରମେ ହେବ। କୋର୍ଟଙ୍କ ରାୟକୁ ସ୍ବାଗତ କରାଯିବ ବୋଲି ସେ କହିଛନ୍ତି। ପ୍ରଦୀପଙ୍କ ତରଫରୁ ଅସିତ ଶତପଥୀ ଓ ପାଠକ ବାପପୁଅଙ୍କ ତରଫରୁ ଦୀପକ ପଟ୍ଟନାୟକ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri