ଲୁଚାଇ ରଖିଥିବା ୧୧ ଦାଦନ ଶ୍ରମିକ ଉଦ୍ଧାର

ଗୋଲାମୁଣ୍ଡା,୧୪ା୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ପୋଲିସ ବୁଧବାର ନକଟିକାନୀ ଗାଁରେ ଚଢ଼ାଉ କରି ୬ ଶିଶୁ ସହ ୧୧ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ପୋଲିସ ଦାଦନ ସର୍ଦ୍ଦାରଙ୍କ ୩ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉଗ୍ରେ ଶବର, ଗିରିଧାରୀ ବାଗ ଓ ପବିତ୍ର ତାଣ୍ଡି।

ମିଳିଥିବା ସୂଚନା ମୁତାବକ, ଦାଦନ ସର୍ଦ୍ଦାର ପଡ଼ୋଶୀ ବଲାଙ୍ଗୀର ଓ ବରଗଡ଼ ଜିଲାର ଶ୍ରମିକମାନଙ୍କୁ ପ୍ରଲୋଭନ ଦେଖାଇ ତେଲଙ୍ଗାନା ରାଜ୍ୟର ସିକନ୍ଦରାବାଦ ସହରର ଏକ ଇଟାଭାଟିରେ ନିୟୋଜିତ କରିବା ପାଇଁ ଚାଲାଣ କରୁଥିଲେ। ପ୍ରଥମେ ବାଉନମାଲରୁ ଦେଉଳଗାଁ ଜଙ୍ଗଲକୁ ନେଇଥିବା ବେଳେ ସେଠାରୁ ଆଣି ନକଟିକାନୀ ଗ୍ରାମରେ ଲୁଚାଇ ରଖିଥିଲେ। କୌଣସି ସୂତ୍ରରୁ ଖବର ପାଇ ପୋଲିସ ଗ୍ରାମରେ ପହଞ୍ଚି ଶିଶୁଙ୍କ ସହ ୧୧ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଏହା ଜାଣିବା ପରେ ମୁଖ୍ୟ ଦାଦନ ସର୍ଦ୍ଦାର ଫେରାରଥିବା ଜଣାପଡିଛି।

ଅନ୍ୟପଟେ ପୋଲିସ ଅନୁକମ୍ପା ଦେଖାଇ ସେମାନଙ୍କୁ ଖସାଇଦେଇଥିବା ଅଭିଯୋଗ ହେଉଛି। ଏ ନେଇ ଗୋଲାମୁଣ୍ଡା ଥାନା ଅଧିକାରୀ ଶ୍ୱେତାପଦ୍ମା ସେଠଙ୍କୁ ପଚାରିବାରୁ ପ୍ରଥମେ ୩ଜଣଙ୍କ ନାଁରେ ଅଭିଯୋଗ ଆସିବା ମାତ୍ରେ ଗିରଫ କରି କୋର୍ଟ ଚାଲାଣ କରିଛୁ। ଅନ୍ୟମାନଙ୍କ ନାଁରେ ଅଭିଯୋଗ ଆସିଛି ଓ ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…

ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ...

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri