କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ବୁଗୁଡ଼ା,୧୫।୧୧(କାଳିଚରଣ ଦାଶ): ଧର୍ମ ମାସ କାର୍ତ୍ତିକ ପୂର୍ଣ୍ଣିମାରେ ବୁଗୁଡ଼ା ଅଞ୍ଚଳର ବାଘୁଆ ନଦୀ ଏବଂ ବିଭିନ୍ନ ପୁଷ୍କରିଣୀରେ ବୋଇତ ବନ୍ଦାଣ ପର୍ବ ପାଳନ ସାଙ୍ଗକୁ ଠାକୁର ଦର୍ଶନ ପାଇଁ ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା। କାର୍ତ୍ତିକ ପୂର୍ଣ୍ଣିମା ହେତୁ ପ୍ରସିଦ୍ଧ ଶୈବପୀଠ ବୁଦ୍ଧଖୋଲରେ ବହୁ ଭକ୍ତଙ୍କ ସମାଗମ ପରିଲକ୍ଷିତ ହୋଇଥିଲା। ଶୃଙ୍ଖଳାରେ ଦର୍ଶନ ପାଇଁ ଭକ୍ତମାନେ ଲମ୍ବା ଧାଡିରେ ଠିଆ ହୋଇ ଠାକୁର ଦର୍ଶନ କରିଥିଲେ। ଗହଳିକୁ ନିୟନ୍ତ୍ରଣ କରିବା ପାଇଁ ବୁଦ୍ଧଖୋଲ ଗେଟଠାରୁ ମନ୍ଦିର ପର୍ଯ୍ୟନ୍ତ ସ୍ଥାନେ ସ୍ଥାନେ ସ୍ବେଚ୍ଛାସେବୀ ଓ ପୋଲିସ ନିୟୋଜିତ ଥିଲେ। ଘାଟି ରାସ୍ତାରେ ବାଇକ ଗୁଡିକର ରହଣି ବ୍ୟବସ୍ଥା କରାଯାଇ ଥିବାରୁ ଭକ୍ତମାନେ ଗାଡି ରଖି ପ୍ରାୟ ୩ କିଲୋମିଟର ରାସ୍ତା ଚାଲି ଚାଲି କିମ୍ବା ପାହାଚ ଚଢି ପଞ୍ଚ ମହାଦେବଙ୍କୁ ଦର୍ଶନ କରିଥିଲେ।

ବୁଦ୍ଧଖୋଲ ଉନ୍ନୟନ କମିଟିର ସଦସ୍ୟଗଣ ଏବଂ ସ୍ବେଚ୍ଛାସେବୀମାନେ ଏଥିରେ ସକ୍ରିୟ ସହଯୋଗ କରିଥିଲେ। ବୁଦ୍ଧଖୋଲ ସମେତ କୁବେରେଶ୍ବର ଓ ଆମ୍ବିଳିଝରର ଲୋକନାଥେଶ୍ବର, ବାଲିପଦରସ୍ଥ ନୀଳକଣ୍ଠେଶ୍ବର, ବେତାରସିଂର ସପ୍ନେଶ୍ବର ମନ୍ଦିର, ଉଦିପୁରର କପିଳେଶର ଆଦି ଶୈବପୀଠ ସାଙ୍ଗକୁ ବୁଗୁଡାର ବଳଦେବ ମନ୍ଦିର , ବିରଞ୍ଚି ନାରାୟଣ ମନ୍ଦିର, ସୋମନାଥ ମନ୍ଦିର, ଗୋପୀନାଥ ମନ୍ଦିର, ବାଲୁଙ୍କେଶର ମନ୍ଦିର ଓ ରଘୁନାଥ ମନ୍ଦିରରେ ମଧ୍ୟ ଭକ୍ତଙ୍କ ଗହଳି ଲାଗି ରହିଥିଲା। ଅନ୍ୟପକ୍ଷରେ ବୁଗୁଡ଼ା ସମେତ ବିରଞ୍ଚିପୁର, ପଙ୍କଳ ସାହି, ଗୋଲିଆ, ଆଦିପୁର ଆଦି ଗ୍ରାମରେ ଆୟୋଜିତ ନାମଯଜ୍ଞ ଗୁଡ଼ିକରେ ମଧ୍ୟ ଶ୍ରଦ୍ଧାଳୁଙ୍କ ସମାବେଶ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri