ଦେଶର ଶ୍ରେଷ୍ଠ ଥାନା ତାଲିକାରେ ଗଞ୍ଜାମର ପାଟପୁର ଥାନା

ଦିଗପହଣ୍ଡି/ପାଟପୁର,୧୬।୧୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସମଗ୍ର ଦେଶର ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ତାଲିକାରେ ଗଞ୍ଜାମ ଜିଲା ପାଟପୁର ଥାନା ସ୍ଥାନ ପାଇଛି। ଆସନ୍ତା ୨୯ରୁ ଡିସେମ୍ବର ୧ ଯାଏ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜାତୀୟସ୍ତରୀୟ ଡିଜିପି ସମ୍ମିଳନୀରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ପାଟପୁର ଥାନାକୁ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରାଯିବ। ସେପ୍ଟେମ୍ବର ୨୮ରେ ଗୃହ ମନ୍ତ୍ରଣାଳୟର ସତନ୍ତ୍ର ଟିମ୍‌ ପାଟପୁର ଏବଂ ଧରାକୋଟ ଥାନା ପରିଦର୍ଶନ କରି ଜନସାଧାରଣଙ୍କ ମତାମତ ନେଇ ରିପୋର୍ଟ ସଂଗ୍ରହ କରି ଫେରିଥିଲା। ଥାନା ଅଧିକାରୀ ମାନଙ୍କ କର୍ତ୍ତବ୍ୟନିଷ୍ଠା,ସ୍ବଚ୍ଛତା, ସେବା ମନୋଭାବ, ନିର୍ଦ୍ଧାରିତ ସମୟରେ କୋର୍ଟରେ ବିଭିନ୍ନ ମାମଲାର ଚାର୍ଜସିଟ ଦାଖଲ, ଥାନାକୁ ଆସୁଥିବା ଜନସାଧାରଣଙ୍କୁ ଉତ୍ତମ ବ୍ୟବହାର, ଆଇନଶୃଙ୍ଖଳା ରକ୍ଷା ଓ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ପୋଲିସର ସହଭାଗିତା ସମ୍ପର୍କରେ ଅନୁଧ୍ୟାନ କରି ଟିମ୍‌ ଫେରିଥିଲା। ଏସବୁକୁ ସାମଗ୍ରିକ ଭାବେ ସମୀକ୍ଷା କରିିବା ପରେ ପାଟପୁର ଥାନାକୁ ଶ୍ରେଷ୍ଠ ଥାନାର ମାନ୍ୟତା ମିଳିିଛି। ସୂଚନାଯୋଗ୍ୟ, ୧୯୧୧ରେ ସ୍ଥାପିତ ପାଟପୁର ଥାନାକୁ ଏକ ଆଦର୍ଶ ଥାନାରେ ପରିଣତ କରିବା ସକାଶେ ପୂର୍ବରୁ ଥାନା ଅଧିକାରୀ ଅଜୟ ବାରିକ, ରମେଶ ଚନ୍ଦ୍ର ପ୍ରଧାନ, ସବ୍ୟସାଚୀ ମଲ୍ଲ, ନିକଟରେ ଅବସର ନେଇଥିବା ଅଜୟ ସ୍ବାଇଁ ନିଜର କର୍ତ୍ତବ୍ୟ ନିଷ୍ଠା ପାଇଁ ଶ୍ରେଷ୍ଠ ଥାନା ଅଧିକାରୀ ଭାବେ ପୁରସ୍କୃତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri