Posted inଖେଳ

ଓଡ଼ିଶାରେ ପହଞ୍ଚିଲେ ଚାମ୍ପିୟନ ଟିମ୍‌: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୮ା୧୧: ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଛି। ଏହି ପରିପ୍ରେକ୍ଷୀରେ ଚେନ୍ନାଇରୁ ଏକ ବିମାନ ଯୋଗେ ଚାମ୍ପିୟନ ହକି ଟିମ୍‌ ରବିବାର ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଅବସରରେ ଖେଳାଳିଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।

ସୂଚନାଯୋଗ୍ୟ, ଜାତୀୟ ଚାମ୍ପିୟନଶିପ୍‌ରେ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ଟ୍ରଫି ହାସଲ କରିବାରେ ସମର୍ଥ ହୋଇଛି। ପୂର୍ବରୁ ଦଳ ୨୦୦୬ରେ ତୃତୀୟ ସ୍ଥାନ ହାସଲ କରିଥିଲା। ୨୦୧୧ ପରଠାରୁ ହକି ଇଣ୍ଡିଆ ଜାତୀୟ ଚାମ୍ପିୟନଶିପ ଆୟୋଜନ କରୁଥିବା ବେଳେ ପଞ୍ଜାବ ଓ ରେଲଓ୍ବେଜ ସଫଳ ଦଳ ଭାବରେ ୪ ଥର ଲେଖାଏ ଟାଇଟଲ ହାସଲ କରିଛନ୍ତି।

ଓଡ଼ିଶା ପକ୍ଷରୁ ଶିଳାନନ୍ଦ ଲାକ୍ରା(୪୮, ୫୭, ୬୦) ମିନିଟ୍‌ରେ ହ୍ୟାଟ୍ରିକ ଅର୍ଜନ କରି ଓଡ଼ିଶାକୁ ବିଜୟ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରଜତ ଆକାଶ ତୀର୍କି(୧୧) ଓ ପ୍ରତାପ ଲାକ୍ରା(୩୯) ମିନିଟ୍ରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ହରିୟାଣା ପକ୍ଷରୁ ଯୋଗୀନ୍ଦର ସିଂ(୫୫) ମିନିଟ୍‌ରେ ଏକମାତ୍ର ଗୋଲ ପରିଶୋଧ କରିଥିଲେ। ଓଡ଼ିଶା ହକି ଦଳର ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସରେ ପୋଷ୍ଟ କରି ଶୁଭେଚ୍ଛା ଜଣାଇଥିଲେ। ଓଡ଼ିଶା ହକି ଦଳର ଏହି ବିଜୟ ଏକ ମାଇଲଖୁଣ୍ଟ ଭାବରେ ଅଗାମୀ ପିଢିକୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ,...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri