ପୁଷ୍ପା-୨ ଟ୍ରେଲର ରିଲିଜ ହେବା ପୂର୍ବରୁ ହଙ୍ଗାମା: ମୁହାଁମୁହିଁ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୭ା୧୧: ଅଲୁ ଅର୍ଜୁନଙ୍କ ପ୍ରଶଂସକଙ୍କ ପାଇଁ ରବିବାର ଏକ ବିଶେଷ ଦିନ। କାରଣ ଫିଲ୍ମ ‘ପୁଷ୍ପା: ଦି ରୁଲ୍’ ଯାହା ପାଇଁ ସେମାନେ ବର୍ଷ ବର୍ଷ ଧରି ଅପେକ୍ଷା କରିଥିଲେ, ତାହା ଆସନ୍ତା ଡିସେମ୍ବର ମାସରେ ମୁକ୍ତିଲାଭ କରିବାକୁ ଯାଉଛି। କିନ୍ତୁ ଏହା ପୂର୍ବରୁ ଏହାର ଟ୍ରେଲର ରିଲିଜ ହେଉଛି। ନଭେମ୍ବର ୧୭ ଅର୍ଥାତ ରବିବାର ଉଭୟ ଅଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଧନା ବିହାରର ପାଟନା ସହରରେ ପହଂଚିଛନ୍ତି। ବିମାନ ବନ୍ଦରରେ ପ୍ରଶଂସକମାନେ ଉଭୟଙ୍କୁ ହୃଦୟରୁ ସ୍ୱାଗତ କରିଥିଲେ।

ଅଲୁ ଅର୍ଜୁନ ପାଟନା ବିମାନବନ୍ଦରରୁ ବାହାରିବା ମାତ୍ରେ ସେ ହାତ ଯୋଡି ପ୍ରଶଂସକମାନଙ୍କୁ ଧନ୍ୟବାଦ ଦେଇଥିଲେ। ଏହାପରେ କାର ନିକଟରେ ଯାଇ ‘ପୁଷ୍ପା’ ‘ଜୁକେଗା ନେହି ସାଲା …’ ର ସିଗନେଚର ପୋଜ କରିଥିଲେ। ଏହା ଦେଖିବା ପରେ ପ୍ରଶଂସକମାନେ ଶୁଟିଂ କରିବା ଆରମ୍ଭ କରିଥିଲେ।

ତେବେ ଅଲୁ ଅର୍ଜୁନ ଏପର୍ଯ୍ୟନ୍ତ ଗାନ୍ଧୀ ମଇଦାନରେ ପହଞ୍ଚି ନାହାଁନ୍ତି। ଏହି କାର୍ଯ୍ୟକ୍ରମ ପୂର୍ବରୁ ଗାନ୍ଧୀ ମୈଦାନରେ ପ୍ରଶଂସକମାନେ ସେମାନଙ୍କର ପ୍ରିୟ ଅଭିନେତା ମଞ୍ଚକୁ ଆସିବା ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏଭଳି ପରିସ୍ଥିତିରେ ଜନସାଧାରଣଙ୍କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ମଧ୍ୟ ଉପସ୍ଥିତ ଅଛି। ଅଲୁ ଠିକ୍ ସମୟରେ ମଞ୍ଚକୁ ନଆସିବାରୁ ଲୋକମାନେ ଗାନ୍ଧୀ ମଇଦାନରେ ଭିଡା ଭିଡି ହୋଇଯାଇଥିଲେ। ଏହା ପରେ ପୋଲିସକୁ ବଳ ପ୍ରୟୋଗ କରିବାକୁ ପଡିଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri