Posted inଜାତୀୟ

ମଣିପୁରରେ ସ୍ଥିତି ସୁଧାରିବାରେ ମୁଖ୍ୟମନ୍ତ୍ରୀ ଫେଲ୍: ଭାଜପାଠାରୁ ସମର୍ଥନ ଫେରାଇନେଲା ସହଯୋଗୀ ଦଳ

ମଣିପୁର,୧୭ା୧୧: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ନ୍ୟାସନାଲ ପିପୁଲ୍ସ ପାର୍ଟି ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡାଙ୍କୁ ଚିଠି ଲେଖି ସମର୍ଥନ ପ୍ରତ୍ୟାହାର କରିବାକୁ ଜଣାଇଛି। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏନ. ବିରେନ ସିଂଙ୍କ ନେତୃତ୍ୱରେ ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଛନ୍ତି। ତେଣୁ ସେ ତୁରନ୍ତ ପ୍ରଭାବ ସହିତ ସମର୍ଥନ ପ୍ରତ୍ୟାହାର କରୁଛନ୍ତି।

ଏନପିପି ପକ୍ଷରୁ ଜେପି ନଡାଙ୍କୁ ଲେଖାଯାଇଥିବା ଚିଠିରେ ମଣିପୁର ବର୍ତମାନର ସ୍ଥିତି ଏବଂ ଆଇନ ଶ୍ରୁଙ୍ଖଳାକୁ ନେଇ ଚିନ୍ତା ପ୍ରକଟ କରାଯାଇଛି। ଏଥିରେ କୁହାଯାଇଛି ଯେ, ଗତ କିଛି ଦିନରେ ରାଜ୍ୟର ସ୍ଥିତି ଆହୁରି ଖରାପ ହେବା ନଜରକୁ ଆସିଛି। ଯେଉଁଥିରେ ଅନେକ ସାଧାରଣ ଲୋକ ସେମାନଙ୍କର ଜୀବନ ହରାଉଛନ୍ତି। ରାଜ୍ୟରେ ଲୋକମାନେ ବଡ଼ ସଙ୍କଟ ଦେଇ ଗତି କରୁଛନ୍ତି।

ଏଥିରେ ଆହୁରି କୁହାଯାଇଛି, ଆମେ ଦୃଢତାର ସହିତ ବିଶ୍ୱାସ କରୁଛୁ ଯେ, ମୁଖ୍ୟମନ୍ତ୍ରୀ ବୀରେନଙ୍କ ନେତୃତ୍ୱରେ ମଣିପୁର ରାଜ୍ୟ ସରକାର ସଙ୍କଟର ସମାଧାନ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ତେଣୁ ବର୍ତମାନର ସ୍ଥିତିକୁ ଧ୍ୟାନରେ ରଖି ଏନପିପି ମଣିପୁର ସରକାରଙ୍କଠାରୁ ସମର୍ଥନ ଫେରାଇ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri