ବିଓଆଇର ନୂତନ ଶାଖା

ଭୁବନେଶ୍ୱର,୧୮।୧୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ନୂତନ ଶାଖା (କୋଏଲ ନଗର ଶାଖା) ନିକଟରେ ସୁନ୍ଦରଗଡ଼ ଜିଲା ଅଧୀନ ରାଉରକେଲାର କୋଏଲ ନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବିଓଆଇର କ୍ଷେତ୍ର ମହାପ୍ରବନ୍ଧକ ବିକାଶ କ୍ରିଷ୍ଣା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ବଲପୁର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ଶ୍ରୀଜିତ୍‌ ଶଙ୍କର ବେହେରା, ଉପ ଆଞ୍ଚଳିକ ପ୍ରବନ୍ଧକ ନିବେଦିତା ମିଶ୍ର ଏବଂ କୋଏଲ ନଗର ଶାଖାର ଶାଖା ପ୍ରବନ୍ଧକ ସୁସ୍ମିତା ସୋରେଙ୍ଗ୍‌ ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି ରାଉରକେଲାର କୋଏଲ ନଗର ଅଞ୍ଚଳରେ ଏହି ନୂତନ ଶାଖା ସ୍ଥାନୀୟ ଲୋକମାନଙ୍କର ଆର୍ଥିକ ଏବଂ ବ୍ୟବସାୟିକ କାରବାରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି କ୍ରିଷ୍ଣା ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଏପରିକି ବ୍ୟାଙ୍କର ବିଭିନ୍ନ ପ୍ରକାରର ଯୋଜନା କିପରି ଲୋକମାନଙ୍କ ପାଖରେ ସୁଚାରୁ ରୂପେ ପହଞ୍ଚତ୍ ପାରିବ, ସେ ସମ୍ପର୍କରେ ଆଞ୍ଚଳିକ ପ୍ରବନ୍ଧକ ବେହେରା ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତ ଗ୍ରାହକ ବନ୍ଧୁଙ୍କ ସହିତ ଆଲୋଚନା କରିଥିଲେ। ଉଲ୍ଲେଖଯୋଗ୍ୟ, ସମ୍ବଲପୁର ଅଞ୍ଚଳର ବିଓଆଇର ଏହା ୬୫ତମ ଶାଖା ହୋଇଥିଲାବେଳେ ରାଜ୍ୟରେ ମୋଟ ୨୬୩ ତମ ଶାଖା ବୋଲି ବ୍ୟାଙ୍କ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri