ଆଇଆଇଟିଏଫ୍‌ରେ ଏଲ୍‌ଆଇସିର ଆକର୍ଷଣୀୟ ଷ୍ଟଲ୍‌

ନୂଆଦିଲ୍ଲୀ,୧୮।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ୪୩ତମ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଟ୍ରେଡ ଫେୟାର (ଆଇଆଇଟିଏଫ୍‌) ରେ ଲାଇଫ ଇନସ୍ୟୁରାନ୍ସ କର୍ପୋରେଶନ ଅଫ ଇଣ୍ଡିଆ (ଏଲ୍‌ଆଇସି ଇଣ୍ଡିଆ ବା ଏଲ୍‌ଆଇସି) ର ଆକର୍ଷଣୀୟ ଷ୍ଟଲ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏଲ୍‌ଆଇସି ଇଣ୍ଡିଆର ଇଡି (ସିସି) ଆଦିତ୍ୟ ଗୁପ୍ତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଲ୍‌ଆଇସି ଇଣ୍ଡିଆର ନର୍ଦର୍ନ ଜୋନ ଜେଡଏମ ପି. ଏସ୍‌. ବଜାଜଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ୧୪ ଦିନ ବ୍ୟାପୀ ଚାଲିବାକୁ ଥିବା ଏହି ମେଳାକୁ ଲକ୍ଷାଧିକ ଲୋକ ଓ ଅନେକ ଏଲଆଇସି ହିତାଧିକାରୀ ମଧ୍ୟ ଆସିବାକୁ ଥିବାବେଳେ ନିଗମର ସେବା, ସୁବିଧା ଓ ନୂତନ ଉତ୍ପାଦ ସମ୍ପର୍କରେ ବିସ୍ତୃତ ଭାବେ ସୂଚନା ପ୍ରଦାନ ସହ ଅବଗତ କରାଇବା ପାଇଁ ଏହି ଷ୍ଟଲ କରାଯାଇଥିବା ନିଗମ ପକ୍ଷରୁ ବିସ୍ତୃତ ଭାବେ ଆଲୋକପାତ କରାଯାଇଛି।ସେହିଭଳି ନିଗମର ୬୮ତମ ପୂର୍ତ୍ତି ଉତ୍ସବ ଅବସରରେ ଅନେକ ପ୍ରକାର ଯୋଜନା ଓ ସୁବିଧା ସାଙ୍ଗକୁ ନୂଆ ନିଯୁକ୍ତି ଓ ଏଜେଣ୍ଟ ଭଳି ମହତ୍ତ୍ୱପୂର୍ଣ୍ଣ ସୁବିଧାର ଲାଭ ଆଶାୟୀ ବ୍ୟକ୍ତିବିଶେଷମାନେ ଉଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri