ଟ୍ରେଡଫିନ୍‌ର ପ୍ରଥମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୧୧: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ରୋଜଗାର ଭିତ୍ତିକ ଶିକ୍ଷାନୁଷ୍ଠାନ ‘ଟ୍ରେଡଫିନ’ର ପ୍ରଥମ ବାର୍ଷିକ ଉତ୍ସବ ରବିବାର ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ସ୍ଥିତ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ ସେକ୍ରେଟାରୀ ରଶ୍ମିରଞ୍ଜନ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭାରତୀୟ ଷ୍ଟକ୍‌ ମାର୍କେଟ ବିଷୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରିଥିଲେ। ସେହିଭଳି ଅନୁଷ୍ଠାନର ପ୍ରତିଷ୍ଠାତା ଚିତ୍ତରଞ୍ଜନ ବେହେରା କହିଥିଲେ, ଇକ୍ୟୁଟିଜ୍‌-ଆଇଜେଡ୍‌ ଅନୁଷ୍ଠାନ ବିଗତ ଚାରିବର୍ଷ ହେବ ନିଜର ପାଠ୍ୟକ୍ରମ ଜରିଆରେ ରାଜ୍ୟର ଅନେକ ଶିକ୍ଷିତ ବେକାରଙ୍କୁ ରୋଜଗାରକ୍ଷମ କରାଇପାରିଛି। ବର୍ତ୍ତମାନ ଭିନ୍ନକ୍ଷମମାନଙ୍କୁ ମାଗଣା ଶିକ୍ଷା ପ୍ରଦାନ କରି ରୋଜଗାରକ୍ଷମ କରିବା ଏବଂ ଗୃହିଣୀମାନଙ୍କୁ ୫୦% ରିହାତିରେ ଶିକ୍ଷା ପ୍ରଦାନ କରି ସେମାନଙ୍କୁ ରୋଜଗାରକ୍ଷମ ସହିତ ଘରେ ରହି ଉପାର୍ଜନକ୍ଷମ କରାଇବା ଆମର ଲକ୍ଷ୍ୟ ରହିଛି। ସେହିପରି ଆଜିଠାରୁ ପ୍ରଥମ କରି ତିନୋଟି ନୂତନ କୋର୍ସ ଯଥା- ଇଣ୍ଡେକ୍ସ ଅପସନ୍‌ କୋର୍ସ, ଭାରତୀୟ ଷ୍ଟକ୍‌ ମାର୍କେଟ କୋର୍ସ ଏବଂ ଆଡଭାନ୍ସ ଫୋରେକ୍ସ କୋର୍ସ ଶିକ୍ଷା ପ୍ରଦାନ କରାଯିବ। ଏତଦ୍ୱାରା ଛାତ୍ରୀଛାତ୍ରମାନେ ଏଠାରୁ ଶିକ୍ଷା ଗ୍ରହଣ କରି ଆର୍ଥିକ ସ୍ବଚ୍ଛଳ ହେବା ସହ ସ୍ବାବଲମ୍ବୀ ହୋଇପାରିବେ ବୋଲି ସେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନିର୍ଦ୍ଦେଶକ ଯଶବୀର ସାମଲ, ଜନସମ୍ପର୍କ ଅଧିକାରୀ ସୂର୍ଯ୍ୟକାନ୍ତ ଓଝା ପ୍ରମୁଖ ଉପସ୍ଥିତ ରହି ଅନୁଷ୍ଠାନର ବିଭିନ୍ନ କୋର୍ସ ବିଷୟରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri