ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ ଦାସ ନାମକ ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଓଡ଼ିଶାର ୨୬ଟି ଟ୍ରାଫିକ କନ୍‌ଷ୍ଟେବଲ ପୋଷ୍ଟ ପାଇଁ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେଇଛନ୍ତି। ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ପକ୍ଷରୁ ଏହି ପରୀକ୍ଷା ମୟୂରଭଞ୍ଜ ଜିଲାର ସଦର ମହକୁମା ବାରିପଦା ସହରର ଅନେକ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ହୋଇଛି। ବାରିପଦା ସହରରେ ଥିବା ମହାରାଣୀ ପ୍ରେମକୁମାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ ଆସିଛି। ସକାଳ ୯ଟାରୁ ୯ଟା ୪୫ ରିପୋର୍ଟିଂ ସମୟ ରହିଥିବା ବେଳେ ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା। ପ୍ରଶ୍ନପତ୍ର ଦିଆଯିବା ସମୟରେ ପରୀକ୍ଷାର୍ଥୀ ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ କରକଚିଆ ଗ୍ରାମର ହୃଷୀକେଶ ପ୍ରଶ୍ନପତ୍ରର ସିଲ୍‌ ପୂର୍ବରୁ କଟାଯାଇଥିବା ନେଇ ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଜଣାଇଥିଲେ। ପର ମୁହୂର୍ତ୍ତରେ ଏହି ପରୀକ୍ଷା କେନ୍ଦ୍ର ଦାୟିତ୍ୱରେ ଥିବା ଡେପୁଟି କଲେକ୍ଟର(ଏଷ୍ଟାବ୍ଲିସମେଣ୍ଟ ସେକ୍ସନ) ବସୁନ୍ଧରା ଭିତିରିଆଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ପ୍ରଶ୍ନପତ୍ରଟି ପ୍ୟାକେଟ ଭିତରୁ ହିଁ ଏଭଳି ବାହାରିଥିବା ସେ କହିଥିଲେ। ଏନେଇ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଇବେ ବୋଲି ସେ କହିଛନ୍ତି। ପରୀକ୍ଷାର୍ଥୀମାନେ ଏହି ଘଟଣାକୁ ନିନ୍ଦା କରିବା ସହ ବାତିଲ କରି ପୁଣି ସ୍ବଚ୍ଛତାର ସହ ପରୀକ୍ଷା କରାଇବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri