Posted inଜାତୀୟ

ଆଜି ଭାଜପାରେ ସାମିଲ ହୋଇପାରନ୍ତି କୈଳାଶ ଗେହଲୋଟ, ଗୋଟିଏ ଦିନ ପୂର୍ବରୁ ଛାଡିଥିଲେ ଏଏପି

ନୂଆଦିଲ୍ଲୀ,୧୮।୧୧: ଆମ ଆଦମୀ ପାର୍ଟି ଏବଂ ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ନଜାଫଗଡ ବିଧାୟକ କୈଳାଶ ଗେହଲୋଟ ଆଜି ଅର୍ଥାତ୍‌ ସୋମବାର ଭାଜପାରେ ଯୋଗ ଦେଇ ପାରନ୍ତି॥ ଦିନ ପ୍ରାୟ ୧୨ଟା ୩୦ରେ ସେ ଭାଜପାର ସଦସ୍ୟତା ଗ୍ରହଣ କରିବେ ବୋଲି କୁହାଯାଉଛି। କୈଳାଶ ଗେହଲୋଟ ରବିବାର ଏଏପିର ପ୍ରାଥମିକ ସଦସ୍ୟତା ଏବଂ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।

୧୯ ଫେବୃଆରୀ ୨୦୧୫ରେ ପ୍ରଥମ ଥର ପାଇଁ ଦିଲ୍ଲୀ ସରକାରରେ ପରିବହନ ମନ୍ତ୍ରୀ ଭାବରେ କୈଳାଶ ଗେହଲୋଟ ଶପଥ ଗ୍ରହଣ କରିଥିଲେ। ଏହା ପରେ ତାଙ୍କୁ କ୍ରମାଗତ ତିନି ଥର ମନ୍ତ୍ରୀ କରାଯାଇଥିଲା। ଇସ୍ତଫା ଦେବା ପୂର୍ବରୁ ସେ ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କୁ ଚିଠି ଲେଖି ଦଳ ବିରୋଧରେ ଗୁରୁତର ଅଭିଯୋଗ ଆଣିଥିଲେ।

କେଜରିୱାଲଙ୍କୁ ଲେଖିଥିବା ଏକ ପତ୍ରରେ ଗେହଲୋଟ କହିଛନ୍ତି ଯେ ବର୍ତ୍ତମାନ ଆମ ଆଦମୀ ପାର୍ଟି ଗୁରୁତର ଚ୍ୟାଲେଞ୍ଜ ଦେଇ ଗତି କରୁଛି। ଦଳର ରାଜନୈତିକ ଅଭିଳାଷ ଲୋକଙ୍କ ପ୍ରତି ଆମର ପ୍ରତିବଦ୍ଧତାକୁ ଛାଇ ଦେଇଛି, ଫଳରେ ଅନେକ ପ୍ରତିଶ୍ରୁତି ପୂରଣ ହୋଇନାହିଁ।
ଯାହା ଦଳ ଦିଲ୍ଲୀର ଲୋକଙ୍କ ପାଇଁ କରିଥିଲା। ଯମୁନା ସଫା କରିବାର ସ୍ବପ୍ନ ପୂରଣ ହୋଇପାରିଲା ନାହିଁ । ଯମୁନା ବର୍ତ୍ତମାନ ପୂର୍ବ ଅପେକ୍ଷା ଅଧିକ ପ୍ରଦୂଷିତ ହୋଇଛି। ଏହା ବ୍ୟତୀତ ଶେଶ ମହଲ (ମୁଖ୍ୟମନ୍ତ୍ରୀଙ୍କ ବାସଭବନ) ପରି ଅନେକ ଅଜବ ବିବାଦ ସାମ୍ନାକୁ ଆସିଥିଲା। ଏହା ଦଳର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିଛି। ଲୋକମାନେ ଦଳକୁ ବିଶ୍ୱାସ କରୁଛନ୍ତି କି ନାହିଁ ପ୍ରଶ୍ନ ଉଠିଛି। ଲୋକଙ୍କ ଅଧିକାର ପାଇଁ ଲଢିବା ପରିବର୍ତ୍ତେ ଦଳଗୁଡିକ କେବଳ ନିଜର ରାଜନୈତିକ ଏଜେଣ୍ଡା ପାଇଁ ଲଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri