ଅନାସ୍ଥା ଭୋଟରେ ହାରିଗଲେ ତାଲପାଲି ସରପଞ୍ଚ

ଗାଇସିଲେଟ,୧୯।୧୧(ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ ଜ଼ିଲା ଗାଇସିଲେଟ ବ୍ଲକ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଲା ସେଠଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ନେଇ ମଙ୍ଗଳବାର ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟରେ ଭୋଟ ଗ୍ରହଣ ହୋଇଥିଲା। ତେବେ ୧୬ ୱାର୍ଡ ବିଶିଷ୍ଟ ଏହି ପଞ୍ଚାୟତର ଜଣେ ଓ୍ବାର୍ଡସଭ୍ୟଙ୍କ ଇତିମଧ୍ୟରେ ଦେହାନ୍ତ ହୋଇ ଥିବାବେଳେ ଅନ୍ୟ ୧୫ ୱାର୍ଡସଭ୍ୟ ସରପଞ୍ଚ ସେଠଙ୍କ ବିରୋଧରେ ଭୋଟ୍‌ ଦେଇଥିଲେ। ଗାଇସିଲେଟ ତହସିଲଦାର ଟିଟସ ମହାନନ୍ଦିଆ ଅନାସ୍ଥା ଭୋଟ ଗ୍ରହଣ ପରିଚାଳନା କରିଥିବାବେଳେ ସ୍ଥାନୀୟ ଥାନା ଅଧିକାରୀ ପ୍ରଶାନ୍ତ ସାମଲ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଉପସ୍ଥିତ ଥିଲେ ।

ପ୍ରକାଶ ଥାଉକି, ଗତ ସେପ୍ଟେମ୍ବର ୨୩ତାରିଖରେ ଉକ୍ତ ପଞ୍ଚାୟତର ୧୫ ୱାର୍ଡସଭ୍ୟ ସରପଞ୍ଚ ସେଠଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ ଆଗତ କରିଥିଲେ। ସରପଞ୍ଚ ସେଠଙ୍କ ସ୍ବାମୀ ପଞ୍ଚାୟତ କାର୍ଯ୍ୟରେ ହସ୍ତକ୍ଷେପ କରିବା ସହିତ ୱାର୍ଡସଭ୍ୟମାନଙ୍କୁ ଅସଦାଚରଣ କରୁଥିବା ଅଭିଯୋଗ ନେଇ ୱାର୍ଡସଭ୍ୟମାନଙ୍କୁ ସରପଞ୍ଚ ସେଠଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ତେବେ ଗତ ୧୨ତାରିଖ ଅନାସ୍ଥା ଭୋଟ କରିବା ପାଇଁ ନିଷ୍ପତ୍ତି ନିଆଯାଇ ଥିବାବେଳେ ଗତ ୧୦ତାରିଖ ସରପଞ୍ଚ ସେଠ ତାଲପାଲି ଗ୍ରାମକୁ ଆସି କୀଟନାଶକ ପିଇ ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଥିଲା। ଏହାପରେ ଅନାସ୍ଥା ଭୋଟକୁ ସ୍ଥଗିତ ରଖାଯାଇଥିଲା। ତେବେ ମଙ୍ଗଳବାର ଅନୁଷ୍ଠିତ ଅନାସ୍ଥା ଭୋଟରେ ସରପଞ୍ଚ ସେଠ ଅନୁପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri