Posted inଜାତୀୟ

ମଣିପୁର ସ୍ଥିତି ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା କଂଗ୍ରେସ

ନୂଆଦିଲ୍ଲୀ ,୧୯ା୧୧: ମଣିପୁରରେ ସ୍ଥିତି ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖି ତାଙ୍କ ହସ୍ତକ୍ଷେପ ପାଇଁ ନିବେଦନ କରିଛନ୍ତି। ସେ କହିଛନ୍ତି, ମଣିପୁରରେ ଗତବର୍ଷ ମେ’ରୁ ଜାତିଆଣ ହିଂସା ଲାଗିରହିଥିବାବେଳେ ମହିଳା ଓ ଶିଶୁଙ୍କ ସମେତ ୩୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ପାଖାପାଖି ଲକ୍ଷେ ଲୋକ ବାସହରା ହୋଇ ବିଭିନ୍ନ ରିଲିଫ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଛନ୍ତି। ୧୮ ମାସ ହେଲା ମଣିପୁରରେ ଶାନ୍ତି ଓ ସ୍ବାଭାବିକ ସ୍ଥିତି ଫେରାଇ ଆଣିବାରେ କେନ୍ଦ୍ର ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି।

ଜନସାଧାରଣଙ୍କ ଦୁଃଖଦୁର୍ଦ୍ଦଶା ବଢ଼ିଚାଲିଛି। ସେମାନେ ଯେପରି ନିଜ ଘରେ ମର୍ଯ୍ୟାଦାର ସହ ଶାନ୍ତିରେ ରହିପାରିବେ ତାହା ସୁନିଶ୍ଚିତ କରାଇବା ପାଇଁ ରାଷ୍ଟ୍ରପତି ତୁରନ୍ତ ହସ୍ତକ୍ଷେପ କରନ୍ତୁ ବୋଲି ଖାର୍ଗେ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି। ସାମ୍ବିଧାନିକ ଦୃଷ୍ଟିରୁ ଏହା ଜରୁରୀ। ଦେଶର ରାଷ୍ଟ୍ରପତି ଏବଂ ସମ୍ବିଧାନର ତତ୍ତ୍ୱାବଧାରକ ଭାବେ ମଣିପୁରରେ ଥିବା ଆମ ନାଗରିକମାନଙ୍କ ଧନଜୀବନର ସୁରକ୍ଷା ପାଇଁ ଆପଣ ତୁରନ୍ତ ହସ୍ତକ୍ଷେପ କରିବା ଆବଶ୍ୟକ । ଏହା ଦ୍ୱାରା ମଣିପୁର ଜନସାଧାରଣ ପୁଣିଥରେ ସୁରକ୍ଷା ଓ ମର୍ଯ୍ୟାଦାର ସହ ନିଜ ଘରେ ଶାନ୍ତିରେ ରହିପାରିବେ ବୋଲି ମୁଁ ଦୃଢ଼ନିଶ୍ଚିତ ଥିବା ଖାର୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri