Posted inଜାତୀୟ

ଭାଜପା ନେତା ଟଙ୍କା ବାଣ୍ଟିବା ନେଇ ଏତଲା: ନିର୍ବାଚନର ଦିନକ ପୂର୍ବରୁ ମହାରାଷ୍ଟ୍ରରେ ହାଇଡ୍ରାମା

ମୁମ୍ବାଇ,୧୯ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଦିନକ ପୂର୍ବରୁ ହାଇଡ୍ରାମା ଦେଖିବାକୁ ମିଳିଛି। ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ବିନୋଦ ତାଓ୍ବଡେ ପାଲ୍‌ଘର ଜିଲାର ଭିରାରସ୍ଥିତ ଏକ ହୋଟେଲରେ ଭୋଟରମାନଙ୍କୁ ଟଙ୍କା ବାଣ୍ଟୁଥିବା ଅଭିଯୋଗ ହୋଇଛି। ତାଓ୍ବଡେଙ୍କ ଉପସ୍ଥିତିରେ ନାଲାସୋପରାର ଭାଜପା ପ୍ରାର୍ଥୀ ରାଜନ ନାଏକ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଟଙ୍କା ବାଣ୍ଟୁଥିଲେ ବୋଲି ବହୁଜନ ବିକାଶ ଅଘାଡ଼ି ଅଭିଯୋଗ କରିଛି। ବହୁଜନ ବିକାଶ ଅଘାଡ଼ି ବିଧାୟକ କ୍ଷିତିଜ ଠାକୁର ତାଙ୍କ ସମର୍ଥକମାନଙ୍କ ସହ ହୋଟେଲରେ ପହଞ୍ଚତ୍ବା ପରେ ହାଇଡ୍ରାମା ଦେଖିବାକୁ ମିଳିଥିଲା। ସମର୍ଥକମାନେ ତାଓ୍ବଡେଙ୍କୁ ଘେରାଉ କରି ସ୍ଲୋଗାନ ଦେଇଥିଲେ। ବୈଠକ ସ୍ଥଳରୁ ନଗଦ ଅର୍ଥ ଥିବା ଲଫାପା ଏବଂ ଡାଇରି ମିଳିଥିବା ସେମାନେ ଅଭିଯୋଗ କରିଛନ୍ତି। ଏନେଇ ତାଓ୍ବଡେଙ୍କ ନାଁରେ ଏତଲା ଦାଏର ହୋଇଛି।

ଭିରାରସ୍ଥିତ ହୋଟେଲରେ ୫ କୋଟି ଟଙ୍କା ବଣ୍ଟାଯାଇଥିବା ବହୁଜନ ବିକାଶ ଅଘାଡ଼ିର ଅଧ୍ୟକ୍ଷ ହିତେନ୍ଦ୍ର ଠାକୁର ଅଭିଯୋଗ କରିଛନ୍ତି। ହୋଟେଲର ଏକ ଭିଡିଓକୁ କଂଗ୍ରେସ ଶେୟାର କରି ଭାଜପା ନିର୍ବାଚନକୁ ପ୍ରଭାବିତ କରିବା ପାଇଁ ଅର୍ଥବଳ ବ୍ୟବହାର ପାଇଁ ଉଦ୍ୟମ କରୁଥିବା ଅଭିଯୋଗ କରିଛି। ଏନ୍‌ସିପି(ଏସ୍‌ପି) ନେତ୍ରୀ ସୁପ୍ରିୟା ସୁଲେ ଏହି ଘଟଣାରେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେମାନେ ବିମୁଦ୍ରୀକରଣ କରିଥିଲେ। ଏବେ ଏତେ ଟଙ୍କା କୁଆଡ଼ୁ ଆସୁଛି। ବିନେଦ ତାଓ୍ବଡେଙ୍କ ଭଳି ବରିଷ୍ଠ ନେତା ଟଙ୍କା ବଣ୍ଟାରେ ସାମିଲ ହେବା ତାଙ୍କୁ ଆଶ୍ଚର୍ଯ୍ୟ କରିଥିବା ସୁଲେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri