ଆଜିଠୁ ବରଗଡ଼ରେ ଧାନକିଣା

ବରଗଡ଼,୨୦ା୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବୁଧବାରଠାରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବରଗଡ଼ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ କଲାପାଣି ମାର୍କେଟ୍‌ ୟାର୍ଡ (ମଣ୍ଡି)ରେ ପୂର୍ବାହ୍ନ ୧୦ଟାରେ ଏହାର ଶୁଭାରମ୍ଭ କରିବେ। ଉକ୍ତ କାର୍ଯ୍ୟକ୍ରମରେ ଜିଲାର ସମସ୍ତ ବିଧାୟକ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି। କଲାପାଣି ମଣ୍ଡିରେ ଧାନ ସଂଗ୍ରହ ଶୁଭାରମ୍ଭ ପରେ ଅତାବିରା ଏବଂ ଗୋଡ଼ଭଗା ମାର୍କେଟ୍‌ ୟାର୍ଡରେ ଧାନ ସଂଗ୍ରହ କରାଯିବ ବୋଲି ସୂଚନା ଦିଆଯାଇଛି।
ତେବେ ଧାନ ସଂଗ୍ରହ ଆରମ୍ଭ ହେବାର ଅବ୍ୟବହିତ ପୂର୍ବରୁ ଅର୍ଥାତ୍‌ ମଙ୍ଗଳବାର ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ ଅତାବିରା, ବରଗଡ଼ ସମେତ ବିଭିନ୍ନ ମଣ୍ଡି ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଧାନ ସଂଗ୍ରହ ପାଇଁ ମଣ୍ଡି ବ୍ୟବସ୍ଥା ତଦାରଖ କରିଥିଲେ। ଏହାସହିତ ଧାନ କିଣାବିକାରେ ଚାଷୀମାନେ ଯେଭଳି କୌଣସି ସମସ୍ୟାର ସମ୍ମୁଖୀନ ନ ହେବେ, ସେଥିପ୍ରତି ଦୃଷ୍ଟି ଦେବାକୁ ଜିଲାପାଳ ଗୋୟଲ ବିଭାଗୀୟ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜିଲାପାଳ ମଣ୍ଡି ପରିଦର୍ଶନରେ ଆସିଥିବା ଜାଣି ଅଞ୍ଚଳର ଚାଷୀ ପ୍ରତିନିଧିମାନେ ମଣ୍ଡିକୁ ଯାଇ ଜିଲାପାଳଙ୍କୁ ଭେଟିଥିଲେ। କଲାପାଣି ମଣ୍ଡିରେ ଚାଷୀନେତା ସୁରେଶ ନେକାଣ୍ଟି, ଏକାଦଶିଆ ସାହୁଙ୍କ ନେତୃତ୍ୱରେ ଚାଷୀ ପ୍ରତିନିଧିମାନେ ଜିଲାପାଳଙ୍କୁ ଭେଟିଥିଲେ। ଧାନ ଅମଳ ହୋଇସାରିଥିଲେ ମଧ୍ୟ ସେମାନଙ୍କୁ ମିଳିଥିବା ଟୋକନରେ ଧାନ ବିକ୍ରି ଦିବସ ବିଳମ୍ବ ରହିଛି। ଏଭଳିସ୍ଥଳେ ଚାଷୀଙ୍କ ଧାନକୁ ଅନ୍ୟବର୍ଷ ଭଳି ଏଥର ମଧ୍ୟ ମଣ୍ଡିର ଗୋଦାମ ଗୃହରେ ସୁରକ୍ଷିତ ରଖିବା ପାଇଁ ସେମାନେ ଦାବି ଉପସ୍ଥାପନ କରିଥିଲେ। କିନ୍ତୁ ଟୋକନରେ ନିର୍ଦ୍ଧାରିତ ଦିବସ ଅନୁଯାୟୀ ମଣ୍ଡିରେ ଧାନ ଏଣ୍ଟ୍ରି ହେବ ବୋଲି ଜିଲାପାଳ ଗୋୟଲ କହିଥିଲେ। ଏହାକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ମଣ୍ଡି ଭିତରକୁ ଯଦି ସେମାନଙ୍କ ଧାନ ନେବାକୁ ଅନୁମତି ଦିଆ ନ ଯାଏ, ସେମାନେ ରାଜରାସ୍ତା ଉପରେ ଧାନ ଗଦାକରିବେ ବୋଲି ଚାଷୀନେତା ସୁରେଶ ନେକାଣ୍ଟି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri