Posted inଜାତୀୟ

ବିଷାକ୍ତ କୁହୁଡ଼ିରେ ଦିଲ୍ଲୀ ଅଣନିଃଶ୍ୱାସୀ

ନୂଆଦିଲ୍ଲୀ ,୨୦ା୧୧: ଦିଲ୍ଲୀକୁ କ୍ରମାଗତ ୩ ଦିନ ହେଲା ବିଷାକ୍ତ ଧୂମକୁହୁଡ଼ିର ଘନ ଅସ୍ତରଣ ଘୋଡ଼ାଇ ରଖିଥିବାରୁ ଜନସାଧାରଣ ଅଣନିଃଶ୍ୱାସୀ ହୋଇପଡ଼ିଲେଣି। ପ୍ରଦୂଷଣ ଅତ୍ୟନ୍ତ ସାଂଘାତିକ ହୋଇଥିବାବେଳେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୮୮ ରହିଛି। କେତେକ ସ୍ଥାନରେ ଏହା ୫୦୦ ଛୁଇଁଥିବା ଜଣାପଡ଼ିଛି। ତାପମାତ୍ରା ହ୍ରାସ ସମସ୍ୟାକୁ ଆହୁରି ବଢ଼ାଇ ଦେଇଛି। ପଡୋଶୀ ରାଜ୍ୟଗୁଡ଼ିକରେ ନଡ଼ାପୋଡ଼ି ଲାଗିରହିଥିବାରୁ ଥଣ୍ଡା ପବନ ଧୂଳି ଓ ଧୂଆଁକୁ ଧରି ରଖୁଛି। ଦିଲ୍ଲୀରେ ସୋମବାର ରାତି ତାପମାତ୍ରା ୧୨.୩ ଡିଗ୍ରୀ ସେଲ୍‌ସିୟସ୍‌କୁ ଖସିଥିଲା।
କୁହୁଡ଼ି ଯୋଗୁ ଅଧିକ ଦୂର ପର୍ଯ୍ୟନ୍ତ ଦୃଶ୍ୟ ହେଉ ନ ଥିବାରୁ ୨୨ଟି ଟ୍ରେନ୍‌ ବିଳମ୍ବିତ ହୋଇଥିବାବେଳେ ୯ଟି ଟ୍ରେନ୍‌ର ସମୟ ପରିବର୍ତ୍ତନ କରାଯାଇଛି। ରବିବାର ଏକ୍ୟୁଆଇ ୪୯୪ରେ ପହଞ୍ଚତ୍ଥିବା ପରେ ସୋମବାର ସକାଳୁ ଦିଲ୍ଲୀରେ ଗ୍ରେଡେଡ୍‌ ରେସ୍‌ପନ୍ସ ଆକ୍ସନ ପ୍ଲାନ୍‌ (ଜିଆର୍‌ଏପି) ଚତୁର୍ଥ ପର୍ଯ୍ୟାୟ ଲାଗୁ ହୋଇଛି। ଫଳରେ ରାଜଧାନୀରେ ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିବା ସହ ଅଣଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କରୁଥିବା କିମ୍ବା ସ୍ବଚ୍ଛ ଇନ୍ଧନ ବ୍ୟବହାର କରୁ ନ ଥିବା ସମସ୍ତ ଟ୍ରକ୍‌କୁ ଦିଲ୍ଲୀରେ ପ୍ରବେଶ ଅନୁମତି ଦିଆଯାଇ ନାହିଁ। ଦିଲ୍ଲୀ ବାହାରେ ପଞ୍ଜୀକୃତ ହାଲୁକା ବ୍ୟବସାୟିକ ଯାନ ଉପରେ ମଧ୍ୟ କଟକଣା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri