Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସରେ ଅଧିନାୟକ ଯୁଦ୍ଧ: ରୋହିତ, ସୂର୍ଯ୍ୟ, ପାଣ୍ଡ୍ୟାଙ୍କ ମଧ୍ୟରେ ଜାଣନ୍ତୁ କିଏ ମାରିଲା ବାଜି

ନୂଆଦିଲ୍ଲୀ,୨୦।୧୧: ଆଇପିଏଲ ୨୦୨୫ ପାଇଁ ସମସ୍ତ ଦଳର ରିଟେଶନ ତାଲିକାକୁ ଦେଖିଲେ ଏହା ଜଣା ଯେ ଆଗାମୀ ସିଜନରେ ଅନେକ ଦଳର ଅଧିନାୟକ ପରିବର୍ତ୍ତନ ହେବାକୁ ଯାଉଛନ୍ତି। ଏହି ସମୟରେ ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଖେଳାଳିଙ୍କୁ ରିଟେନ ବେଳେ ମୋଟ ୭୫ କୋଟି ଟଙ୍କା ଖର୍ଚ୍ଚ କରିଛି। ଏମ୍‌ଆଇ ଫ୍ରାଞ୍ଚାଇଜ ଜସପ୍ରୀତ ବୁମ୍‌ରା, ହାର୍ଦ୍ଦିକ ପାଣ୍ଡ୍ୟା, ସୂର୍ଯ୍ୟକୁମାର ଯାଦବ, ରୋହିତ ଶର୍ମା ଏବଂ ତିଳକ ଭର୍ମାଙ୍କୁ ରିଟେନ କରିଛି। ଏଥିମଧ୍ୟରୁ ୪ ଜଣ ଖେଳାଳି ଅଛନ୍ତି ଯେଉଁମାନେ ଭାରତୀୟ ଦଳର ଅଧିନାୟକ ରହିଛନ୍ତି, ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠୁଛି ଯେ ଏଥର ମୁମ୍ବାଇର ଅଧିନାୟକ କିଏ ହେବେ?

ଯଦି ଆମେ ଇତିହାସକୁ ଦେଖିବା, ଗତ ବର୍ଷ ଏମ୍‌ଆଇ ରୋହିତ ଶର୍ମାଙ୍କୁ ଅଧିନାୟକତ୍ୱରୁ ହଟାଇ ତାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ସ୍ଥାନ ଦେଇଥିଲା। କିନ୍ତୁ ରୋହିତଙ୍କୁ ଅଧିନାୟକତ୍ୱରୁ ହଟାଇବା ନିଷ୍ପତ୍ତିକୁ ପ୍ରଶଂସକମାନେ ପସନ୍ଦ କରୁନଥିଲେ। ଗୋଟିଏ ପଟେ ରୋହିତଙ୍କଠାରୁ ଅଧିନାୟକତ୍ୱ ଛଡ଼ାଇବା ପାଇଁ ଏମଆଇ ମ୍ୟାନେଜମେଣ୍ଟକୁ ଟ୍ରୋଲ ହେବାକୁ ପଡୁଥିବାବେଳେ ହାର୍ଦ୍ଦିକଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ ୨୦୨୪ର ପଏଣ୍ଟ ଟେବୁଲରେ ଶେଷ ସ୍ଥାନରେ ରହିଥିଲା।

ଅକ୍ଟୋବର ୩୧ରେ ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ସେମାନଙ୍କର ରଟେଶନ ତାଲିକା ପ୍ରକାଶ କରିଥିଲା, ସେତେବେଳେ ଏମ୍‌ଆଇ ମଧ୍ୟ ଘୋଷଣା କରିଥିଲା ଯେ ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ଆସନ୍ତା ସିଜନରେ ଦଳର ଅଧିନାୟକ ହେବେ। ଏହି ନିଷ୍ପତ୍ତି ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ କାରଣ ଗତ ସିଜନରେ ମୁମ୍ବାଇ ପଏଣ୍ଟ ଟେବୁଲରେ ଶେଷ ସ୍ଥାନରେ ରହିଥିଲା । ଆପଣଙ୍କୁ ମନେ ପକାଇଦେଉଛୁ ଯେ ହାର୍ଦ୍ଦିକଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ୨୦୨୨ରେ ଆଇପିଏଲ ଟାଇଟଲ ଜିତିଥିବାବେଳେ ସେ ୨୦୨୩ରେ ଗୁଜରାଟକୁ ମଧ୍ୟ ଫାଇନାଲକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri