Posted inଖେଳ

ଦ୍ୱିତୀୟ ଟେଷ୍ଟ: ଶ୍ରୀଲଙ୍କା ୧୪୪/୬

କଲମ୍ବୋ, ୨୪।୮(ଏଏଫ୍‌ପି)- ସ୍ଥାନୀୟ ପି. ସାର ଓଭାଲ ଗ୍ରାଉଣ୍ଡରେ ଶ୍ରୀଲଙ୍କା ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନ ପ୍ରଥମ ଦିବସ ଭଳି ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ଶ୍ରୀଲଙ୍କା ୬୬ ଓଭରରେ ୬ ଉଇକେଟ ହରାଇ ୧୬୬ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଧନଞ୍ଜୟ ଡିସିଲଭା ୩୨ ଓ ଦିଲରୁଓ୍ବାନ ପେରେରା ୫ ରନ କରି ଅପରାଜିତ ରହିଛନ୍ତି। ବର୍ଷା କାରଣରୁ ପ୍ରଥମ ଦିନରେ ୩୬.୩ ଓଭର ଖେଳ ସମ୍ଭବପର ହୋଇଥିଲା। ସେହିପରି ଶୁକ୍ରବାର ଦ୍ୱିତୀୟ ଦିନରେ ୩୫.୩ ଓଭର ଖେଳ ସମ୍ଭବ ହୋଇଥିଲା।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୮୫/୨ରୁ ଶ୍ରୀଲଙ୍କା ଖେଳ ଆରମ୍ଭ କରିଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ତଥା ଓପନର ଦିମୁଥ କରୁଣାରତ୍ନେ ୪୯ରୁ ଖେଳ ଆରମ୍ଭ କରି ୬୫ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ସେହିପରି ଅଲରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସ ବିନା ସ୍କୋରରୁ ଖେଳ ଆରମ୍ଭ କରି ମାତ୍ର ୨ ରନ କରି ପ୍ୟାଭିଲିୟନ ଫେରିଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ କୁଶଲ ପେରେରା ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ଏହାପରେ ନିରୋଶାନ ଡିକ୍‌ଓ୍ବାଲେ ମଧ୍ୟ କୌଣସି ରନ ନ କରି ପ୍ୟାଭିଲିୟନ ଫେରିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଟ୍ରେଣ୍ଟ ବୋଲ୍ଟ ଓ ଟିମ୍‌ ସୌଦି ୨ଟି ଲେଖାଏ ଏବଂ କଲିନ ଡି ଗ୍ରାଣ୍ଡହୋମ ଓ ଓ୍ବିଲିୟମ ସମରଭିଲେ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଗୁରୁବାର ପ୍ରଥମ ଦିନରେ ଓପନର ଲାହିରୁ ଥିରିମାନେ ୨ ଓ କୁଶଲ ମେଣ୍ଡିସ୍‌ ୩୨ ରନ କରି ପ୍ୟାଭିଲିୟନ ଫେରିଥିଲେ। ଦୁଇ ମ୍ୟାଚ୍‌ବିଶିଷ୍ଟ ଏହି ଟେଷ୍ଟ ସିରିଜର ପ୍ରଥମ ମୁକାବିଲାରେ ଶ୍ରୀଲଙ୍କା ୬ ଉଇକେଟରେ ବିଜୟୀ ହୋଇଥିଲା ଓ ୧-୦ରେ ଅଗ୍ରଣୀ ହାସଲ କରିଥିଲା।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ପ୍ରଥମ ଇନିଂସ- ୬୬ ଓଭରରେ ୧୪୪/୬
(କରୁଣାରତ୍ନେ- ୬୫, ମେଣ୍ଡିସ- ୩୨, ଡିସିଲଭା- ୩୨*, ପେରେରା- ୫*, ବୋଲ୍ଟ- ୨/୩୩, ସୌଦି- ୨/୪୦, ଗ୍ରାଣ୍ଡହୋମ- ୧/୩୫, ସମରଭିଲେ- ୧/୨୦)।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri