୫ ମାସରେ ଶୁଣାଣି ଶେଷ: ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଅଶୋକ କୁମାର ପଣ୍ଡା ଏକ ହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତ ଶୁକ୍ରା ଜୁଆଙ୍ଗଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫ ହଜାର ଟଙ୍କା ଜରିମାନା ଆଦେଶ କରଛନ୍ତି। ଜରିମାନା ଅନାଦେୟ ଆଉ ୧ ମାସ ଅଧିକ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି।

ପ୍ରକାଶ ଯେ, ତା-୧୬.୩.୨୪ରେ ପଣ୍ଡାପଡ଼ା ଥାନା ହୁଣ୍ଡା ଗ୍ରାମ ବାଲିଦାଣ୍ଡ ସାହିର ଶୁକ୍ରା ଜୁଆଙ୍ଗ(୩୦) ତାଙ୍କ ସ୍ତ୍ରୀ ଗୋଲାପ(୨୮)ଙ୍କୁ ଗୋଟିଏ ଲୁହାରଡ୍‌ରେ ମୁଣ୍ଡକୁ ପିଟି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ବିବାହର ୬ ବର୍ଷ ପରେ ମଧ୍ୟ ପିଲାଛୁଆ ହେଉ ନ ଥିବାରୁ ଉଭୟଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ତା. ୧୬/୦୩/୨୪ରେ ସେମାନେ ପିଲା ଛୁଆ ହେଉ ନ ଥିବାରୁ ହରିଚନ୍ଦନପୁର ବ୍ଲକ ବକ୍ସିବାରିଗାଁକୁ ଏକ ଅଟୋରେ ଯାଇ ଜଣେ ବଇଦକୁ ଦେଖାଇଥିଲେ। ସେଠାରୁ ଫେରି ଅପରାହ୍ନ ୨ଟାରେ ସ୍ତ୍ରୀ-ସ୍ବାମୀ ମଧ୍ୟରେ ଝଗଡ଼ା ହୋଇଥିଲା। ଶୁକ୍ରା ଉତ୍ତ୍ୟକ୍ତ ହୋଇ ଏକ ଲୁହାରଡ୍‌ରେ ସ୍ତ୍ରୀ ଗୋଲାପଙ୍କ ମୁଣ୍ଡରେ ପିଟି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣା ନେଇ ପଣ୍ଡାପଡ଼ା ଥାନାର ଗ୍ରାମରକ୍ଷୀ ଦୁର୍ଯ୍ୟୋଧନ ବେହେରା ଗାଁ ଲୋକଙ୍କଠାରୁ ସୂଚନା ପାଇବା ପରେ ପଣ୍ଡାପଡ଼ା ଥାନାରେ ଲିଖିତ ଭାବେ ଜଣାଇଥିଲା। ପୋଲିସ ଘଟଣାସ୍ଥଳକୁ ଯାଇ ହତ୍ୟାକାଣ୍ଡରେ ବ୍ୟବହାର ହୋଇଥିବା ଲୁହାରଡ୍‌ ଜବତ କରିବା ସହ କେସ୍‌ ନମ୍ବର ୧୨୬/୨୪ରେ ମାମଲା ରୁଜୁ କରି ଶୁକ୍ରାଙ୍କୁୁ ଗିରଫ କରିଥିଲା। ୧୬ ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଉକ୍ତ ଦଣ୍ଡାଦେଶ କରିଛି।

ସରକାରଙ୍କ ପକ୍ଷରୁ ଜିଲା ଦୌରାଜଜ୍‌ କୋର୍ଟର ପିପି ପ୍ରଦୀପ କୁମାର ଦାସ ମାମଲା ପରିଚାଳନା କରିଥିଲେ। ଏହି ମାମଲା ପୋଲିସ ଖୁବ୍‌ କମ୍‌ ଦିନରେ ଅର୍ଥାତ୍‌ ୧ ମାସରୁ କମ୍‌ ଦିନରେ ତଦନ୍ତ କରି ଚାର୍ଜଶିଟ୍‌ ଦାଖଲ କରିଥିଲା। ପୋଲିସ ତା-୧୬.୦୩.୨୪ରେ ତଦନ୍ତ ଆରମ୍ଭ କରି ତା.୬.୦୪.୨୪ରେ ଚାର୍ଜଶିଟ୍‌ ଦାଖଲ କରିଥିଲା। ହତ୍ୟା ଘଟଣାର ବିଚାର ମଧ୍ୟ ତ୍ୱରିତ ଭାବେ ପଦକ୍ଷେପ ଗ୍ରହଣ କରାଯାଇଛି। ବିଚାର ତା-୪.୬.୨୪ରେ ଆରମ୍ଭ ହୋଇ ଆଜି ଶୁଣାଣି ହୋଇଛି । ମାତ୍ର ୫ ମାସରେ ଏହି ମାମଲାର ଟ୍ରାଏଲ,ସାକ୍ଷୀ ଶୁଣାଣି, ଯୁକ୍ତି ଏବଂ ଶୁଣାଣି ଶେଷ କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri