ବହୁ ଚର୍ଚ୍ଚିତ ଘନା ଜଙ୍ଗଲରେ ଗଣବଳାତ୍କାର ମାମଲା: ୫ ବର୍ଷ ପରେ ପ୍ରକାଶ ପାଇଲା ରାୟ, ୬ ଅଭିଯୁକ୍ତଙ୍କୁ…

ଭବାନୀପାଟଣା/ଧର୍ମଗଡ଼,୨୦ା୧୧(ଉତ୍ତମ କୁମାର ଦାଶ/ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବନମାଳୀପୁରସ୍ଥିତ ଘନା ଜଙ୍ଗଲରେ ୫ ବର୍ଷ ତଳେ ହୋଇଥିବା ବହୁ ଚର୍ଚ୍ଚିତ ଗଣବଳାତ୍କାର ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ଘଟଣାରେ ଧର୍ମଗଡ଼ ଅତିରିକ୍ତ ଜିଲା ଦୌରା ଜଜ୍‌ ସୁରେଶ ଚନ୍ଦ୍ର ପ୍ରଧାନ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ୬ ଜଣଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସେମାନେ ହେଲେ ପର୍ଲା ଗ୍ରାମର ଲଳିନ୍ଦ୍ର ଶବର, ବକ୍ସିତୁଳସୀପାଲି ଗ୍ରାମର ଲାବଣ୍ୟ ଛତ୍ରିଆ, ଅନିରୁଦ୍ଧ ଛତ୍ରିଆ, ପ୍ରକାଶ ଓରଫ ଲୁକୁ ନାଏକ, ଶାନ୍ତ ନାଏକ ଓ ଅମିତ ନାଏକ। ଯାହାକି ଜିଲାରେ ଏବେ ଚର୍ଚ୍ଚାର ବିଷୟ ହୋଇଛି।
ସେହିପରି ଏହି ଘଟଣାରେ ସେତେବେଳେ ଅନ୍ୟ ୩ଜଣ ଭିଡିଓ ଭାଇରାଲ ପାଇଁ ଗିରଫ ହୋଇଥିଲେ। ହେଲେ ଏହି ୩ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯାଇଛି।

ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଗତ ୨୦୧୯ ସେପ୍ଟେମ୍ବର ୧୪ ଅପରାହ୍ନରେ ଧର୍ମଗଡ଼ ଥାନା ଅନ୍ତର୍ଗତ ପର୍ଲା ଗ୍ରାମର ଲଳିନ୍ଦ୍ର ଶବର (ବସ କଣ୍ଡକ୍ଟର) ପୀଡ଼ିତାଙ୍କୁ ନିଜ ଗାଁରେ ଛାଡ଼ି ଦେବାକୁ କହି ଏକ୍‌ ବାଇକରେ ଭବାନୀପାଟଣାରୁ ବସାଇ ଘରକୁ ଆଣୁଥିଲେ। ହେଲେ ଲଳିନ୍ଦ୍ର ପୀଡ଼ିତାଙ୍କୁ ଗାଁକୁ ନ ନେଇ ବାଟରେ ବନମାଳୀପୁରସ୍ଥିତ ଘନା ସଂରକ୍ଷଣ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ପରେ ସେଠାରେ ଲୁଚି ରହିଥିବା ଅନ୍ୟ ୫ ଜଣ ଯୁବକ ଛୁରି ଦେଖାଇ ପୀଡ଼ିତାଙ୍କୁ ଗଣବଳାତ୍କାର କରିବା ସହ ବଳାତ୍କାର ସମୟର ଭିଡିଓ ଶୁଟିଂ କରି ଭାଇରାଲ ମଧ୍ୟ କରିଥିଲେ। ଏନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ଜୁନାଗଡ଼ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା।

ଜୁନାଗଡ଼ ପୋଲିସ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୨୩ରେ କେସ୍‌ ନଂ ୨୨୪/୧୯ରେ ଏକ ମାମଲା ରୁଜୁ କରି ଘଟଣାରେ ସାମିଲ ଥିବା ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା । ସେତେବେଳେ ଏହି ଘଟଣାଟି ଜିଲା ତଥା ରାଜ୍ୟରେ ଚର୍ଚ୍ଚିତ ଖବରର ଶିରୋନାମା ପାଲଟିଥିଲା। ଏପରିକି ଘଟଣାକୁ ଗୁରୁତ୍ୱର ସହ ନେଇ ତତ୍କାଳୀନ ରାଜ୍ୟ ମହିଳା କମିଶନ ଡ. ମିନତୀ ବେହେରା ମଧ୍ୟ ନିଜ ଆଡୁ ମାମଲା ରୁଜୁ କରି ଘଟଣାସ୍ଥଳକୁ ଆସି ତଦନ୍ତ କରିଥିଲେ। ସେହିପରି ତତ୍କାଳୀନ ଏସ୍‌ପି ବି.ଗଙ୍ଗାଧର ମଧ୍ୟ ତତ୍ପରତା ପ୍ରକାଶ କରି ଅଭିଯୁକ୍ତମାନଙ୍କୁ ଶୀଘ୍ର ଗିରଫ କରିବାରେ ସଫଳ ହୋଇଥିଲେ। ଏହି ମାମଲାଟିକୁ ସରକାରଙ୍କ ପକ୍ଷରୁ ସରକାରୀ ଓକିଲ ପୂର୍ଣ୍ଣଚନ୍ଦ୍ର ନାଗ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri