Posted inଜାତୀୟ

ମହାରାଷ୍ଟ୍ରରେ କିଏ ମାରିବ ବାଜି, ତମାମ ଏକଜିଟ୍‌ ପୋଲ ପରେ ଚମକାଇଲା ଏହି ଆକଳନ

ମୁମ୍ବାଇ,୨୧।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଭୋଟ ପ୍ରକ୍ରିୟା ସମାପ୍ତ ହୋଇଛି । ୨୮୮ ସିଟ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାରେ କିଏ ସଂଖ୍ୟାଗରିଷ୍ଠତା ହାସଲ କରିବ ୨୩ ନଭେମ୍ବର ସା ସୁଦ୍ଧା ସ୍ପଷ୍ଟ ହୋଇଯିବ, କିନ୍ତୁ ଫଳାଫଳ ପୂର୍ବରୁ କିଏ ବାଜି ମାରିବସେନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଯାଇଛି।

ଏକଜିଟ ପୋଲ ବ୍ୟତୀତ ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ବେଟିଂ ବଜାର ମଧ୍ୟ କଳ୍ପନା କରୁଛି। ଏହି କ୍ରମରେ ଫାଲୋଦିି ବେଟିଂ ବଜାରର ଆକଳନ ସାମ୍ନାକୁ ଆସିଛି। ଯଦି ଆମେ ଏହି ଆକଳନକୁ ଦେଖିବା ତେବେ ଭାରତୀୟ ଜନତା ପାର୍ଟି (ଭାଜପା) ମହାରାଷ୍ଟ୍ରର ସବୁଠୁ ବଡ ଦଳ ଭାବରେ ଉଭା ହେଉଛି। କେବଳ ଭାଜପାକୁ ରାଜ୍ୟରେ ୯୦ ରୁ ୯୫ଟି ଆସନ ମିଳିପାରେ।

ଭାଜପା ପରେ ଏହାର ଗଠବନ୍ଧନ ସହଯୋଗୀ ଶିବସେନା (ଶନ୍ଦେ ଦଳ) ଦଳ ୩୬ରୁ ୪୦ ଟି ସିଟ ପାଇପାରନ୍ତି। ମହାୟୁତି ମିଳିତ ମଞ୍ଚରେ ଅନ୍ତର୍ଭୁକ୍ତ ତୃତୀୟ ଦଳ ଏନସିପି (ଅଜିତ ଦଳ) ୧୨ରୁ ୧୬ ଟି ସିଟ ଜିତିପାରେ। ଫଲୋଦିି ସଟ୍ଟା ବଜାର ଅନୁଯାୟୀ, ମହାରାଷ୍ଟ୍ରରେ ମହାୟୁତି ଗଠବନ୍ଧନ ୧୪୨-୧୫୧ଟି ଆସନ ଜିତି ମହାରାଷ୍ଟ୍ରରେ ସରକାର ଗଠନ କରୁଥିବା ଜଣାପଡିଛି।

ଫଲୋଦି ସଟ୍ଟା ବଜାର ବ୍ୟତୀତ ବିକାନେର ସଟ୍ଟା ବଜାର ଏବଂ ମହାଦେବ ଅନଲାଇନ ସଟ୍ଟା ବଜାର ମଧ୍ୟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଉପରେ କିଛି ପୂର୍ବାନୁମାନ କରିଛନ୍ତି। ଏଥିରେ ମଧ୍ୟ ଭାରତୀୟ ଜନତା ପାର୍ଟିର ନେତୃତ୍ୱାଧୀନ ମହାୟୁତି ମିଳିତ ମଞ୍ଚ ସଂଖ୍ୟାଗରିଷ୍ଠତା ହାସଲ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri