ଆଉ ଦୁଇ ଦିନ ପରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ‘ସୁଭଦ୍ରା’ ଟଙ୍କା, ଅଙ୍ଗନଓ୍ବାଡି କର୍ମୀଙ୍କୁ ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ…

ଭୁବନେଶ୍ୱର,୨୧।୧୧: ପୁଣି ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨ଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨୪ ତାରିଖରେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ । ଏଥର ୨୦ରୁ ୨୫ ଲକ୍ଷ ମହିଳା ଏହି ଟଙ୍କା ପାଇବେ । ତେବେ ଏହି ପର୍ଯ୍ୟାୟରେ ରାଜ୍ୟର ଲକ୍ଷ ଲକ୍ଷ ଅଙ୍ଗନବାଡି କର୍ମୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାଙ୍କୁ ଏହି ଯୋଜନାରେ ସାମିଲ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଛି । ଯେଉଁମାନଙ୍କର ରିଜେକ୍ଟ ହୋଇଛି ସେମାନଙ୍କ ଆବେଦନର ଯାଞ୍ଚ ଚାଲିଛି । ବାଦ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଆଲୋଚନା କରାଯାଉଛି । କୌଣସି ଯୋଗ୍ୟ ହିତାଧିକାରୀ ବାଦ ପଡିବେ ନାହିଁ । ବାରମ୍ବାର ଚେକ୍‌ କରାଯିବ । ରୂପରେଖ ଫାଇନାଲ ହେବ । ୧ ତାରିଖ ଦିନ ନୋଡାଲ ଏଜେନ୍ସି ନିଯୁକ୍ତ ହେବ । କେହି ବି ଯୋଗ୍ୟ ହିତାଧିକାରୀ ବଞ୍ଚିତ ହେବେ ନାହିଁ ବୋଲି ସେ କହିଛନ୍ତି।

ଏହାଛଡ଼ା ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ବାଦ୍‌ ହିତାଧିକାରୀଙ୍କୁ ସାମିଲ କରାଯିବା ନିମନ୍ତେ ଗୁରୁବାର ବୈଠକ ବସିବ। ୨୪ ସୁଦ୍ଧା ହିତାଧିକାରୀଙ୍କ ସଂଖ୍ୟା ୮୦ ଲକ୍ଷ ଟପିବ। ଏଯାବତ ୧ କୋଟି ୧୬ ଲ%ରେ ସୁଭଦ୍ରା ଆବେଦନ ପହଞ୍ଚିଲାଣି। ତେବେ ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ପାଇଁ ଅପିଲ କରାଯାଇଥିବା ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri