ପିଇବା ପାଣିକୁ ନେଇ ମହାଭାରତ: ୨ ମାମଲା ରୁଜୁ

ଧରାକୋଟ,୨୧।୧୧: ଗଞ୍ଜାମ ଜିଲା ଧରାକୋଟ ଥାନ ଅନ୍ତର୍ଗତ ନନ୍ଦିଗୋର ଗ୍ରାମରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ଆସୁଥିବା ପାଣି ଓ ଭଙ୍ଗା ଟେପ୍‌କୁ ନେଇ ଉଭୟ ପଡୋଶୀଙ୍କ ମଧ୍ୟରେ ବଚସାରୁ ଗଣ୍ଡଗୋଳକୁ ନେଇ ଉଭୟଙ୍କ ପକ୍ଷରୁ ଥାନାରେ ୨ଟି ପୃଥକ ପୃଥକ ଭାବେ ୩୮୮/୨୪ଓ ୩୮୯/୨୪ ପ୍ରକାରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି।

ମିଳିଥିବା ବିବରଣୀ ଅନୁଯାୟୀ, ଗ୍ରାମର କୈଳାସ ସେଠୀଙ୍କ ସ୍ତ୍ରୀ ଝିଲି ସେଠୀ ତାଙ୍କ ଘର ଆଗରେ ଥିବା ପାଣି ଟେପ୍‌ରେ କଣ ପାଇଁ ପାଣି ଆସୁ ନ ଥିବା ଦେଖିବା ପରେ ଟେପ୍‌ ଗୋଟି ଭାଙ୍ଗି ଯାଇଥିବା ଯୋଗୁ ପଡୋଶୀ ଲୋକନାଥ ବେହେରାଙ୍କୁ ପଚାରିବାରୁ ଏ ନେଇ ବଚସାରୁ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ଏଥିରେ ଲୋକନାଥ ସେଠୀ ଓ ତାଙ୍କ ପୁଅ ରାକେଶ ସେଠୀ ଝିଲିକୁ ମାଡ ମାରିଥିଲେ। ଏଥିରେ ଝିଲିଙ୍କର ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିବାରୁ ତାଙ୍କ ସାମୀ କୈଳାସ ତାଙ୍କୁ ଧରାକୋଟ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।
ଅନ୍ୟପକ୍ଷରେ ଲୋକନାଥ ବେହେରାଙ୍କ ପକ୍ଷରୁ ମଧ୍ୟ ଏହି ଘଟଣାକୁ ନେଇ ଧରାକୋଟ ଥାନାରେ ଅଭିଯୋଗ କରାଯାଇଛି। ଉଭୟ ଅଭିଯୋଗ ମିଳିବା ପରେ ଏହି ଘଟଣାକୁ ନେଇ ତଦନ୍ତ ଚାଲୁ ରହିଥିବା ଥାନା ଅଧିକାରୀ ଚନ୍ଦ୍ରିକା ସ୍ବାଇଁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଶଙ୍ଖ ଭବନରେ ଅଣ୍ଟା ଭିଡିଲେଣି ମହିଳା ନେତ୍ରୀ: ଏପଟେ ଶ୍ରୀମୟୀଙ୍କ ମିଛେଇ ଭାଣିଜି ବାଣ…

ଭୁବନେଶ୍ୱର,୨୩।୧୩: ଶଙ୍ଖ ଭବନରେ ଚାଲିଛି ବିଜେଡି ମହିଳା ନେତ୍ରୀଙ୍କ ବୈଠକ। ଶଙ୍ଖ ଭବନରେ ସାମିଲ ହେଲେ ଏକାଧିକ ମହିଳା ନେତ୍ରୀ। ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri