ଘରେ ପଶି ଭାଉଜଙ୍କୁ ହତ୍ୟା ଉଦ୍ୟମ କଲେ ଦିଅର: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୧।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୋଲିସ ସାନଖେମୁଣ୍ଡି ବ୍ଲକ ତିଳେଶ୍ୱର ଗ୍ରାମର ଶିବା ଓରଫ ଶିବାନନ୍ଦ ବିଷୋୟୀଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରିଛନ୍ତି। ଗ୍ରାମର ସମ୍ପର୍କୀୟ ଭାଉଜ ଇନ୍ଦିରା ବିଷୋୟୀଙ୍କୁ ହତ୍ୟା ଉଦ୍ୟମ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଥାନା ମାମଲା ନଂ.୪୬୦/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି।

ତିଳେଶ୍ୱର ଗ୍ରାମର ଇନ୍ଦିରା ଗତ ମଙ୍ଗଳବାର ରାତିରେ ତାଙ୍କ ପୁଅ ଝିଅଙ୍କୁ ନେଇ ଶୋଇଥିବା ବେଳେ ପାରିବାରିକ କଳହକୁ କେନ୍ଦ୍ର କରି ତାଙ୍କ ସମ୍ପର୍କୀୟ ଦିଅର ଶିବା ହାତରେ ଏକ କାତି ଧରି ଜବରଦସ୍ତ ଘରେ ପଶି ତାଙ୍କ ବେକକୁ ଚିପି ଧରି ଜୀବନରେ ମାରିଦେବାକୁ ଉଦ୍ୟମ କରିଥିଲେ। ସେ ନିଦରୁ ଉଠି ଘର ବାହାରକୁ ଯାଇ ପାଟି କରିବାରୁ ଅଭିଯୁକ୍ତ ଜଣକ ତାଙ୍କୁ ଅସଭ୍ୟ ଭାଷାରେ ଗାଳି ଗୁଲଜ କରି ତାଙ୍କ ବେକକୁ ହାଣିବାକୁ ଉଦ୍ୟମ କରିଥିଲେ। ମୁଁ କହିବା ପ୍ରକାରେ ରହିବୁ ନଚେତ ଘର ଛାଡ଼ି ଚାଲିଯିବାକୁ ଧମକ ଦେଇଥିଲେ। ସାହି ପଡୋଶୀ ଦୌଡ଼ି ଆସିବାରୁ ଅଭିଯୁକ୍ତ ସେଠାରୁ ପଳାଇଥିଲେ।

ଘଟଣାର ପରଦିନ ଇନ୍ଦିରା ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତଙ୍କ ନାଁରେ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସଆଇ ଦୁଷ୍ମନ୍ତ କୁମାର ପ୍ରଧାନ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ କାତି ଜବତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri