ବାଘକୁ ନେଇ ବିଧାୟକ ବିବ୍ରତ

ବାରିପଦା,୨୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଘ କବଳରୁ ରକ୍ଷା ପାଇବା ପାଇଁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ କରୁଥିବା ବେଳେ ଉଦଳା ବିଧାୟକ ଭାସ୍କର ମଢ଼େଇ ବ୍ୟସ୍ତ ବିବ୍ରତ ହୋଇପଡ଼ିଥିବା ଲକ୍ଷ୍ୟ କରାଯାଇଛି। ନିଜ ନିର୍ବାଚନମଣ୍ଡଳୀ ଲୋକଙ୍କ ସୁରକ୍ଷା ପାଇଁ ସେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏପରିକି ଗୁରୁବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅଧାରୁ ବିଧାୟକ ମଢ଼େଇ ତରତରରେ ଉଠିଯାଇ ବାଘ ଆତଙ୍କ ଦେଖାଦେଇଥିବା ଗାଁକୁ ଯାଇଥିବା ଖବର ମିଳିଛି।
ସୂଚନା ଅନୁଯାୟୀ, ୪ ଦିନ ପୂର୍ବେ କପ୍ତିପଦା ରେଞ୍ଜ ଅସନବଣି ଗ୍ରାମସ୍ଥିତ କେନାଲରେ ବାଘର ପାଦଚିହ୍ନ ପଡ଼ିଥିବା ଦେଖିବାକୁ ମିଳିଥିଲା। ବାଘଟି ନିକଟସ୍ଥ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରୁ ବଫର ଅଞ୍ଚଳ ପାର ହୋଇ ଜନବସିତି ମୁହାଁ  ହୋଇଥିଲା। ଗାଁ ପାଖରେ ବାଘର ଉପସ୍ଥିତି ଜାଣି ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୁରକ୍ଷା ଦୃଷ୍ଟିରୁ ବନ ବିଭାଗର କର୍ମଚାରୀମାନେ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରୁଛନ୍ତି। ବାଘଟି ଶିମିଳିପାଳ ସଂଲଗ୍ନ କପ୍ତିପଦା ରେଞ୍ଜର ଦେବଳା ଓ ପିଙ୍ଗୁ ପଞ୍ଚାୟତର ଅସନବଣି, କଣ୍ଟାଗଡ଼ି, ସାରବସା, ଚୁଇପୋଷି, ହାଣ୍ଡିଫଟା, ଗଡ଼ପାଳ, ଅଡ଼ାସାହି, ଗଣ୍ଡିଦର ଓ ପୋଡ଼ାଡିହା ଅଞ୍ଚଳରେ ଘୂରି ବୁଲୁଥିବା ନେଇ ସ୍ଥାନୀୟ ଲୋକେ କହିଛନ୍ତି। ଏହା ମହାରାଷ୍ଟ୍ରରୁ ଅଣାଯାଇଥିବା ବାଘୁଣୀ ‘ଯମୁନା’ ବୋଲି ଲୋକେ ଆଶଙ୍କା କରୁଥିବା ବେଳେ ବନ ବିଭାଗ କର୍ମଚାରୀମାନେ ୨୪ ଘଣ୍ଟିଆ ସତର୍କତା ସହ ଅନୁଧ୍ୟାନ ଜାରି ରଖିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri