ହନୁମାନ ମନ୍ଦିରରୁ ପୂଜା ସାମଗ୍ରୀ ନେବାବେଳେ ଧରିଲା ପୋଲିସ, ବାଇକ୍‌ ଛାଡ଼ି ଦୁର୍ବୃତ୍ତ ଫେରାର

କେନ୍ଦୁଝର,୨୨ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଶାସନ ଛକ ନିକଟରେ ଥିବା ହନୁମାନ ମନ୍ଦିରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ତାଲା ଭାଙ୍ଗି ମନ୍ଦିର ଭିତରୁ ଠାକୁରଙ୍କ ପୂଜା ସାମଗ୍ରୀ, ସହ ସୁନା ଅଳଙ୍କାର ଚୋରି କରି ନେଇଥିଲେ। ଶୁକ୍ରବାର ସକାଳୁ ମନ୍ଦିର ପୂଜକ ଜିତେନ୍ଦ୍ର ମିଶ୍ର ପୂଜା କରିବାକୁ ଯାଇଥିବା ବେଳେ ଚୋରି ହୋଇଥିବା ଜାଣି ପୋଲିସକୁ ଖବର ଦେଇଥିଲେ। ତେବେ ଗୁରୁବାର ରାତି ୩ଟାରେ ପାଟଣା ପୋଲିସ ପକ୍ଷରୁ ଏଏସ୍‌ଆଇ ନୁଆସ ଲୁଗୁନଙ୍କ ନେତୃତ୍ୱରେ ୨୨୦ନମ୍ବର ଜାତୀୟ ରାଜପଥରେ ପାଟ୍ରୋଲିଂ କରୁଥିବା ବେଳେ ଡିଆନାଳି ନାରାୟଣୀ ରାଇସ୍‌ ମିଲସ୍‌ ସମ୍ମୁଖରେ ଜଣେ ସନ୍ଦିଗ୍ଧ ବାଇକ ଚାଳକଙ୍କୁ ପିଛା କରିଥିଲେ। ବାଇକ ଚାଳକଙ୍କୁ ପୋଲିସ ପିଛା କରିବାରୁ ସେ ବାଇକ୍‌ ଛାଡ଼ି ଅନ୍ଧାରରେ ଫେରାର ହୋଇଯାଇଥିଲେ। ବାଇକ୍‌ର ୨ ବ୍ୟାଗରୁ ଠାକୁରଙ୍କ ପୂଜା ପାଇଁ ବ୍ୟବହୃତ ହେଉଥିବା ପିତ୍ତଳ ବାସନ, ସୁନା ପଦକ, ଘଣ୍ଟ, ବାଲ୍ଟି, ପିତ୍ତଳ ପରାତ ଆଦିକୁ ଜବତ କରି ଥାନାକୁ ଆଣିଥିଲେ। ବାଇକ୍‌କୁ ପୋଲିସ ଜବତ କରିଛି। ଚୋରିରେ ବ୍ୟବହୃତ ହୋଇଥିବା ବାଇକ୍‌ ଜବତ କରି ଚୋରି ସାମଗ୍ରୀକୁ ଥାନାଧିକାରୀ ଉଦୟ ବୀର କୁଲୁ ଶୁକ୍ରବାର ସକାଳୁ ଜବତ ସାମଗ୍ରୀଗୁଡ଼ିକୁ ମନ୍ଦିର କମିଟିର ସଭାପତି ଓମ୍‌ ପ୍ରକାଶ ପରିଡ଼ା, ବୀରମୋହନ ଦ୍ବିବେଦୀ, ପୂଜକ ଜିତେନ୍ଦ୍ର ମିଶ୍ର ଅଲେଖ ତ୍ରିପାଠୀଙ୍କୁ ଦେଖାଇଥିଲେ। ସାମଗ୍ରୀଗୁଡ଼ିକ ମନ୍ଦିରର ବୋଲି ମନ୍ଦିର ପରିଚାଳନା କମିଟି ସଦସ୍ୟ ଚିହ୍ନଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri