ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର, ଅବସର ପରେ ମିଳିବ…

ଭୁବନେଶ୍ୱର,୨୨।୧୧: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ ଆହୁଜା।

ନିଜର ବିଭାଗ ତଥା ବିଭାଗ ଅଧିନସ୍ଥ ସମସ୍ତ ବିଭାଗ ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ପ୍ରତି ମାସରେ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନସନ ତଥ୍ୟ ପର ମାସ ୭ରେ ଦିଆଯିବ। ମୁଖ୍ୟ ସଚିବ ଆହୁଜା ଆଜି ରାଜ୍ୟର ସମସ୍ତ ବିଭାଗୀୟ ସଚିବମାନଙ୍କୁ ଚିଠି ଲେଖି ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ସଂକ୍ରାନ୍ତରେ ସରକାରଙ୍କ ନିର୍ଦ୍ଦେଶକୁ ପାଳନ କରାଯାଉନଥିବା ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଅବସର ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍ କର୍ମଚାରୀଙ୍କୁ ଦେବା ପାଇଁ ସାଧାରଣ ପ୍ରଶାସନ ବିଭାଗ ୨୦୧୯ ଡିସେମ୍ବର ୧୨ତାରିଖରୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ବିଭାଗଗୁଡ଼ିକ ସଠିକ୍ ଭାବେ ଏହାକୁ ପାଳନ କରୁନଥିବା ତାଙ୍କ ଦୃଷ୍ଟିକୁ ଆସିଛି ବୋଲି କହିଛନ୍ତି । ତେଣୁ ଓଡ଼ିଶା ସିଭିଲ୍ ସର୍ଭିସ ପେନସନ୍ ନିୟମ-୧୯୯୨ ଓ ସାଧାରଣ ପ୍ରଶାସନ ବିଭାଗର ୨୦୧୯ ଡିସେମ୍ବର ୧୨ତାରିଖର ଚିଠି ଅନୁସାରେ ସମସ୍ତ ଯୋଗ୍ୟ ସରକାରୀ କର୍ମଚାରୀଙ୍କୁ ସେମାନଙ୍କର ଅବସର ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ନିମନ୍ତେ ନିଜ ବିଭାଗ ଅଧିନସ୍ଥ ସମସ୍ତ ବିଭାଗୀୟ ମୁଖ୍ୟ ଓ ପେନସନ୍ ମଞ୍ଜୁରକାରୀ ଅଫିସରଙ୍କୁ ପୁନଃ ଅବଗତ କରାଇବାକୁ ଆହୁଜା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri