Posted inଜାତୀୟ

ବିଜୟ ମୁହାଁ ମହାୟୁତି, ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ, ସ୍ପଷ୍ଟ କରିଦେଲେ ଫଡନ୍‌ଭିସ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସ୍ପଷ୍ଟ ହୋଇଯିବ କିଏ ହେବେ ଆଗାମୀ ମୁଖ୍ୟମନ୍ତ୍ରୀ। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ମୁଖ୍ୟମନ୍ତ୍ରୀ ଚେହେରା ଉପରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆମେ କେହି ଏହା ଆଶା କରି ନ ଥିଲୁ। ଏହା ଆମର ଆଶାଠାରୁ ଅଧିକ। ସମସ୍ତ ତିନୋଟି ଦଳ ବସି ଭବିଷ୍ୟତର ରଣନୀତି କ’ଣ ହେବ ତାହା ସ୍ଥିର କରିବେ।

ସେ କହିଛନ୍ତି ଯେ ଆମେ ଏକ ଖବରତାଦା ସମ୍ମିଳନୀ କରିବୁ। ଏହା ପରେ ମୁଁ ନାଗପୁର ଯିବି। ଆଉ ତିନି ଦଳ ଆଗାମୀ ମୁଖ୍ୟମନ୍ତ୍ରୀଙ୍କ ନେଇ ଏକାଠି ନିଷ୍ପତ୍ତି ନେବେ। ଆସନ୍ତାକାଲି ମହାୟୁତି ବିଧାନସଭା ବୈଠକ ଅନୁଷ୍ଠିତ ହେବ। ୨୫ ନଭେମ୍ବରରେ ଭାଜପାର ବିଧାୟକ ଦଳର ନେତା ନିର୍ବାଚିତ ହେବେ ଏବଂ ୨୬ ନଭେମ୍ବରରେ ସରକାର ଗଠନ ହେବ। ଆସନ୍ତାକାଲି ଭାଜପା ପର୍ଯ୍ୟବେକ୍ଷକମାନେ ମୁମ୍ବାଇ ଆସିବେ।

ମହାରାଷ୍ଟ୍ର ବିଧାନସଭାର ପ୍ରାରମ୍ଭିକ ଧାରାରେ ଭାଜପା ନେତୃତ୍ୱାଧୀନ ମହାଗଠବନ୍ଧନ ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଛି। ଖବର ଲେଖାଯିବା ପର୍ଯ୍ୟନ୍ତ, ମହାୟୁତି ୨୧୭ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ନେତୃତ୍ୱାଧୀନ ଏମଭିଏ ୫୮ ଏବଂ ଅନ୍ୟମାନେ ୧୩ ଆସନରେ ଆଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri