ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌: ପ୍ରଥମ ଦିନରେ ମତ ରଖିଲେ ୮୪ ପରିବେଶ କର୍ମୀ, ଗୀତରେ ଗୀତରେ ସଚେତନ କରାଇଲା ‘ବିରାହ ବ୍ୟାଣ୍ଡ୍‌’

ଭୁବନେଶ୍ୱର, ୨୩।୧୧(ବନ୍ଦନା ସେଠୀ)-ଧରିତ୍ରୀ ପକ୍ଷରୁ ଶନିବାର ପ୍ରେସ୍‌କ୍ଲବ୍‌ଠାରେ ‘ୟୁଥ୍‌ କନ୍‌କ୍ଲେଭ’ ବା ‘ଯୁବ ସମ୍ମିଳନୀ’ର ଚତୁର୍ଥ ସଂସ୍କରଣର ପ୍ରଥମ ଦିନ ସମାପ୍ତ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନରେ ପରିଣତ ହୋଇଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବା ବେଳେ, ‘ଧରିତ୍ରୀ’ ପକ୍ଷରୁ ସଚେତନତା ସୃଷ୍ଟି କରାଯାଉଛି। ଏ ଦିଗରେ ‘ୟୁଥ୍‌ କନ୍‌କ୍ଲେଭ’ ଭଳି ଅଭିନବ ପ୍ରୟାସ ମାଧ୍ୟମରେ ତୃଣମୂଳସ୍ତରରେ କାର୍ଯ୍ୟ କରୁଥିବା ପରିବେଶକର୍ମୀମାନେ ଗୋଟିଏ ଛାତତଳେ ଏକାଠି ଦେଖିବାକୁ ମିଳିଥିବା ମତ ପ୍ରକାଶ ପାଇଛି।

ଏହି ଅବସରରେ ୨୦୨୩ରେ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ୍‌’ ବିଜୟୀ ତଥା ଚଳିତବର୍ଷର ଜୁରୀ ସଦସ୍ୟ ଓଡ଼ିଶା ପର୍ଯ୍ୟାବରଣ ସଂରକ୍ଷଣ ଅଭିଯାନ (ଓପ୍‌ସା)ର ମୁଖ୍ୟ ସୌମ୍ୟରଞ୍ଜନ ବିଶ୍ୱାଳ ଯୋଗଦେଇ ନିଜର ଯାତ୍ରା ସମ୍ପର୍କରେ ମତ ରଖିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୃଣମୂଳସ୍ତରରେ କାର୍ଯ୍ୟ କରୁଥିବା ବିଭିନ୍ନ ଅନୁଷ୍ଠାନ ଏବଂ ବ୍ୟକ୍ତିଗତ ଭାବେ ୮୪ଜଣ ପରିବେଶକର୍ମୀ ଉଦ୍‌ବୋଧନ ଦେଇ ସେମାନଙ୍କ ପରିବେଶ ଯାତ୍ରା ଓ ଅନୁଭୂତି ବଖାଣି ଥିଲେ।ଶେଷରେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଧନ୍ୟବାଦ ଅର୍ପଣ କରି ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଥିବା ପିଲାମାନେ ନିଷ୍କାମ ଭାବେ କାମ କରୁଛନ୍ତି ବୋଲି କହିଥିଲେ।

ଏହି ଅବସରରେ ପରିବେଶ ସଚେତନତାକୁ ନେଇ ବିରାହ ବ୍ୟାଣ୍ଡ୍‌ ପକ୍ଷରୁ ସଙ୍ଗୀତଭିତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବ୍ୟାଣ୍ଡ୍‌ର ମୁଖ୍ୟ ଗାୟକ ରୁମିତ୍‌ ଓ୍ବାଲିଆ, ପ୍ରଚ୍ଛଦ ଭୋକାଲିଷ୍ଟ ତଥା ଗିଟାର ବାଦକ ଉତ୍ସବ ଭରଦ୍ୱାଜ ଓ ଯନ୍ତ୍ର ବାଦକ ତରୁଣ କୁମାର ବନ୍ଦେ ଉତ୍କଳ ଜନନୀ ସଙ୍ଗୀତରୁ ପରିବେଷଣ ଆରମ୍ଭ କରିଥିଲେ। ‘ମେରେ ଅପ୍‌ନେ କରମ୍‌ ସେ’,‘ଓ ରେ ଖୁଦା’, ‘ଥୋଡା ସା’, ‘ବଦ୍‌ଲେ ରାସ୍ତା’ ଭଳି ଗୋଟିଏ ପରେ ଗୋଟିଏ ସୁନ୍ଦର ଗୀତରେ ଦର୍ଶକ ଝୁମିଥିଲେ। ପ୍ରତିଟି ଗୀତରେ ଜଳବାୟୁ ପରିବର୍ତ୍ତନର କାରଣ, ନିରାକରଣ, ପରିଣାମ ସମ୍ପର୍କରେ ଶୁଣିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri