Posted inଜାତୀୟ

ମହାରାଷ୍ଟ୍ରରେ ବିଜୟ ସବୁ ରେକର୍ଡ ଭାଙ୍ଗିଲା: ମୋଦି

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ କର୍ମୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି, ଆଉ ଏକ ଐତିହାସିକ ବିଜୟ ଉତ୍ସବ ପାଇଁ ଏକାଠି ହୋଇଛୁ। ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଥିବାବେଳେ ମିଛ, ଅନ୍ୟାୟ ବିଭାଜନକାରୀ ଶକ୍ତି ଓ ପରିବାରବାଦର ଅବସାନ ଘଟିଛି। ମହାରାଷ୍ଟ୍ରର ବିଜୟ ସବୁ ରେକର୍ଡ ଭାଙ୍ଗିଛି। ଯାହାକି ୫୦ ବର୍ଷ ଭିତରେ ଏହା ସବୁଠୁ ବଡ଼ ବିଜୟ ବୋଲି ଆମେ ଦୃଢ଼ତାର ସହ କହିବୁ। ଭାଜପାର ସୁଶାସନ ଉପରେ ଏହା ଜନତାଙ୍କ ମୋହର। ସୁଶାସନ କଥା ଆସିଲେ ଲୋକେ ଭାଜପା ଏବଂ ଏନ୍‌ଡିଏକୁ ବିଶ୍ୱାସ କରନ୍ତି।

ସେହିପରି ଝାଡ଼ଖଣ୍ଡ ଫଳାଫଳକୁ ନେଇ ମୋଦି ବି ପ୍ରତିକ୍ରିୟା ରଖିଛନ୍ତି। ଝାଡ଼ଖଣ୍ଡ ଲୋକ ଆମ ପ୍ରତି ସମର୍ଥନ କରିଥିବାରୁ ସେମାନଙ୍କୁ ଧନ୍ୟବାଦ ଦେଉଛି। ଲୋକଙ୍କ ସମସ୍ୟା ଉଠାଇବା ଏବଂ ରାଜ୍ୟ ପାଇଁ କାର୍ଯ୍ୟ କରିବାରେ ସର୍ବଦା ଆଗରେ ରହିବୁ। ତେବେ ରାଜ୍ୟରେ ପ୍ରଦର୍ଶନ ଲାଗି ଜେଏମ୍‌ଏମ୍‌ ହେମନ୍ତ ସୋରେନଙ୍କ ନେତୃତ୍ୱାଧୀନ ମେଣ୍ଟକୁ ଅଭିନନ୍ଦନ ଜଣାଉଛି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri