ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ, ଯାମିନୀ ଷଡ଼ଙ୍ଗୀଙ୍କୁ…

ଭୁବନେଶ୍ୱର, ୨୪ା୧୧ (ଅନିଲ ଦାସ): ରାଜ୍ୟ ସରକାର ଶନିବାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୨ଜଣ ଆଇଏଏସ୍‌ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତଦନୁସାରେ ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସ୍‌ଆଇ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ପ୍ରମୁଖ ସଚିବର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସେହିପରି ୨୦୦୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟକର ଓ ଜିଏସ୍‌ଟି କମିଶନର ଭାବେ ଅବସ୍ଥାପିତ କରାଯାଇଛି। ସେ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ୨୦୧୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ବଦଳି କରାଯାଇଛି। ବଳବନ୍ତ ସିଂ ଏବେ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି। ସେହିପରି ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି। ଏବେ ଶ୍ରମ କମିଶନର ଭାବେ କୁଲାଙ୍ଗେ ବିଜୟ ଅମୃତ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି।

୨୦୧୨ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପୋମା ଟୁଡ଼ୁଙ୍କୁ ଅନୁସୂଚିତ ଜନଜାତି ବିଭାଗ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଡ. ଟୁଡ଼ୁ ଏବେ ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ସହ ଫୁଡ୍‌ ସେଫଟି କମିଶନର ଓ ଟିଡିସିସିଓଏଲ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱରେ ଅଛନ୍ତି । ସେହିପରି ୨୦୧୨ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତ୍ରିଲୋଚନ ମାଝୀଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେ ଏବେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ଅଛନ୍ତି। ରାଜ୍ୟ କ୍ରୀଡ଼ା ନିର୍ଦ୍ଦେଶକ ୨୦୧୨ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସିଦ୍ଧାର୍ଥ ଦାସଙ୍କୁ ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାର ଭାବେ ବଦଳି କରାଯାଇଛି। ଓରେରା ସଚିବ ତଥା ୨୦୧୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବିଜୟ କୁମାର ପୃଷ୍ଟିଙ୍କୁ ଇଷ୍ଟେଟ୍‌ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ(ଏକ୍ସଅଫିସିଓ) ଭାବେ ମଧ୍ୟ କାର୍ଯ୍ୟ କରିବେ। ସେହିପରି ୨୦୧୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସତ୍ୟବ୍ରତ ରାଉତଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ରୂପେ ବଦଳି କରାଯାଇଛି। ଆନ୍ତଃ କ୍ୟାଡର ଡେପୁଟେଶନରେ ଓଡ଼ିଶା ଆସିଥିବା ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମୋନିକା ପ୍ରିୟଦର୍ଶିନୀଙ୍କୁ ଓଡ଼ିଶା ଜୀବିକା ମିଶନର ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ହକି ପ୍ରମୋଶନ କାଉନସିଲ ସିଇଓ ତଥା ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଦୀପଙ୍କର ମହାପାତ୍ରଙ୍କୁ କ୍ରୀଡ଼ା ନିର୍ଦ୍ଦେଶକ କରାଯାଇଥିବାବେଳେ ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସ୍ମିତା ରାଉତଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଦାୟିତ୍ୱ ଦିଆଯାଇଛି। ସ୍ମିତା ବର୍ତ୍ତମାନ ଅର୍ଥ ବିଭାଗର ଅତିରିକ୍ତ ସଚିବ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri