ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ କାହିଁକି ପଡ଼ିଲେ ବାଦ୍‌ ଜାଣି ରଖନ୍ତୁ…

ଭୁବନେଶ୍ୱର,୨୪ା୧୧: ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ  ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିଛି। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଆସିଛି।

ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ୨ ଲକ୍ଷ ୬୭ ହଜାର ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଲକରେ ପହଞ୍ଚିଛି। ବ୍ଲକରେ ଏ ନେଇ ସମୀକ୍ଷା ସରିଛି। ପ୍ରାୟ ୨୫ ପ୍ରତିଶତ ସଂଶୋଧନ ହୋଇଯାଇଛି। ବାକି ଜମି ସମସ୍ୟା ଯୋଗୁ ଯେଉଁମାନଙ୍କ ନାମ ତାଲିକାରେ ନାହିଁ, ତାଙ୍କ ନାଁରେ ଜମି ନାହିଁ। କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ସରଜମିନ ଯାଞ୍ଚ କରାଯିବ । ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ଆଉ ୫ ଲକ୍ଷଙ୍କର କିଛି କିଛି ଅସୁବିଧା ରହିଛି, ତାହା ସମାଧାନ ହୋଇନାହିଁ। ସେମାନେ ଆଜି ଟଙ୍କା ପାଇବେ ନାହିଁ । ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କରେ ସମସ୍ୟା ରହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଏହାର ସମାଧାନ ହେବା ପରେ ବାଦ୍‌ ତାଲିକାରେ ଥିବା ଆଉ ୫ ଲକ୍ଷରୁ ଅଧିକ ଯୋଗ୍ୟ ମହିଳା ଡିସେମ୍ବରରେ ଅର୍ଥ ରାଶି ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହେବେନି। ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଛନ୍ତି।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ ଓ ଅକ୍ଟୋବର ୯ରେ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଏହି ଯୋଜନାରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri