Posted inଜାତୀୟ

ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି 

ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଥିବା ଏହି ଖେଳାଳି ବଡ଼ ଇନିଂସ ଖେଳି ଆଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି। ଏହା ବିରାଟଙ୍କ ଟେଷ୍ଟ କ୍ୟାରିୟରର ୩୦ ତମ ଶତକ। ୪୯୧ ଦିନ ପରେ ସେ ଟେଷ୍ଟ ଫର୍ମାଟରେ ଶତକ ମାରିଛନ୍ତି। ଏହା ପୂର୍ବରୁ ସେ ୨୦୨୩ ଜୁଲାଇ ୨୦ରେ ପୋର୍ଟ ଅଫ୍‌ ସ୍ପେନ୍‌ରେ ଶତକ ମାରିଥିଲେ।
ଖେଳର ତୃତୀୟ ଦିନରେ ମଇଦାନକୁ ଓହ୍ଲାଇଥିବା କୋହଲି ଦ୍ରୁତ ବୋଲରମାନଙ୍କୁ ସାବଧାନତାର ସହ ଖେଳିଥିଲେ। ଏହାପରେ ସେ ଦୁଇ ଥର ଆଉଟ୍‌ ହେବାରୁ ରକ୍ଷା ପାଇଥିଲେ। ଭାଗ୍ୟ ସାଥ୍‌ ଦେବା ପରେ ସେ ଜବରଦସ୍ତ କ୍ରିକେଟ ପ୍ରଦର୍ଶନ କରିଥିଲେ। ୯୪ ବଲ୍‌ରେ ସେ ଅର୍ଦ୍ଧଶତକ ପୂରଣ କରିବା ପରେ ବିସ୍ଫୋରକ ବ୍ୟାଟିଂ କରି ଶତକ ମାରିଥିଲେ।
କୋହଲି ପର୍ଥ ଟେଷ୍ଟରେ ଶତକ ମାରିବା ପରେ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି। ସେ ବର୍ଡର-ଗାଭାସ୍କର ଟ୍ରଫିରେ ସବୁଠାରୁ କମ୍‌ ଇନିଂସରେ ୯ ଶତକ ଲଗାଇଥିବା ଖେଳାଳି ପାଲଟିଛନ୍ତି।  ସଚିତ ୬୫ ଇନିଂସରେ ୯ ଶତକ ମାରିଥିଲେ। ଏହାଛଡ଼ା କୋହଲି ଅଷ୍ଟ୍ରେଲିଆରେ ସବୁଠାରୁ ଅଧିକ ୭ ଟେଷ୍ଟ ଶତକ ମାରି ସଚିନଙ୍କୁ ମଧ୍ୟ ପଛରେ ପକାଇଛନ୍ତି। ତେନ୍ଦୁଲକର ୬ ଶତକ ମାରିଥିବା ବେଳେ ସୁନୀଲ ଗାଭାସ୍କର ୫ ଥର ଶତକ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri