‘ହିଂସା-ନିର୍ଯାତନା ମହିଳାମାନଙ୍କ ସ୍ବାଧୀନତାକୁ କ୍ଷୁଣ୍ଣ କରିଦିଏ’

ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସରରେ ସୋମବାର କମଳା ଦିବସ ପାଳିତ ହୋଇଯାଇଛି। ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ମହିଳା ବିକାଶ ପ୍ରତିଷ୍ଠାନର ସମ୍ପାଦିକା ମିନତୀ ପାଢ଼ୀ, ଦାରିଙ୍ଗବାଡ଼ି ଥାନାର ମହିଳା ଏସଆଇ ବାସନ୍ତି ବେହେରା, ସମାଜସେବୀ ନଟ ଭାଇ, ପ୍ରେରଣା ଦିଦି ନୟମି ପ୍ରଧାନ, ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମକୁ ଜାଗୃତିର ଶକ୍ତି ପ୍ରକଳ୍ପ ପକ୍ଷରୁ ପରିଚାଳନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟତଃ  ଯୋଗ ଦେଇଥିବା ଶତାଧିକ ମହିଳାଙ୍କୁ ସଚେତନ କରାଯାଇଥିଲା। ମହିଳା ହିଂସା ବିରୋଧରେ ସଚେତନ କରାଯିବା ସହ ବାଲ୍ୟ ବିବାହ ରୋକିବା, କନ୍ୟା ଭ୍ରୁଣ ବଞ୍ଚେଇବା, ଦିତୀୟ ବିବାହ ରୋକିବା ଅନ୍ୟାୟରେ ବିବାହ ପରେ ଛାଡ଼ିଦେବା ଆଦି ସମ୍ପର୍କରେ ମହିଳାମାନଙ୍କୁ ସଚେତନ କରାଯାଇଥିଲା। ହିଂସା ମହିଳାମାନଙ୍କ ଶାରୀରିକ, ମାନସିକ ଏବଂ ଆର୍ଥିକ ସ୍ବାଧୀନତାକୁ କ୍ଷୁଣ୍ଣ କରିଥାଏ। ତେଣୁ ଏହାକୁ ପ୍ରତିବାଦ କରିବାକୁ ଉପସ୍ଥିତ ମହିଳାମାନଙ୍କୁ କୁହାଯାଇଥିଲା। ସେହିପରି ମହିଳା ଓ ଶିଶୁ କନ୍ୟା ପ୍ରତି ହେଉଥିବା ହିଂସା ବନ୍ଦ କରି ଏକ ହିଂସା ମୁକ୍ତ ଓ ଉନ୍ନତ ସମାଜ ଗଠନ ପାଇଁ ଆହ୍ବାନ ଦିଆଯାଇଥିଲା।

ଏହି ଅବସରରେ ସିର୍କାବର୍ଗ ପଞ୍ଚାୟତର ଦୁଇ ଜଣ ମହିଳା ତଥା ଶ୍ରାକିପାଙ୍ଗା ଗ୍ରାମର ସରୋଜିନୀ ପ୍ରଧାନ ଏବଂ ସିର୍କାବର୍ଗ ଗ୍ରାମର ଚନ୍ଦ୍ରମା ପ୍ରଧାନଙ୍କୁ ନିଜ ଅଞ୍ଚଳରେ ମହିଳା ହିଂସା ବିରୋଧୀ କାର୍ଯ୍ୟ ସହ ନିଜ ପଞ୍ଚାୟତକୁ ନିଶାମୁକ୍ତ ଅଞ୍ଚଳ କରିବାକୁ ପ୍ରୟାସ କରୁଥିବାରୁ ତାଙ୍କୁ ଏହି ଦିବସରେ ସମ୍ମାନିତ କରାଯାଇଥିଲା। ସେହିପରି ଭ୍ରମରବାଡ଼ି ପଞ୍ଚାୟତରେ ମଧ୍ୟ ମହିଳା ହିଂସା ରୋକିବାକୁ କାର୍ଯ୍ୟ କରୁଥିବା କେରୁବାଡ଼ି ଗ୍ରାମର ସନ୍ଧ୍ୟାରାଣୀ ନାୟକଙ୍କୁ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଧ୍ରୁବଚରଣ ନାୟକଙ୍କ ସମେତ ଅନ୍ୟମାନେ ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri