Posted inଜାତୀୟ

ଆଜି ବି’ ମନେପଡ଼ିଲେ ଲୋମ ଟାଙ୍କୁରି ଉଠେ, ୨୬/୧୧

ମୁମ୍ବାଇ,୨୬।୧୧: ଆଜି ବି’ ମନେପଡିଲେ ଲୋମ ଟାଙ୍କୁରି ଉଠେ। ଆତଙ୍କବାଦୀଙ୍କ ସଂହାରଲୀଳା। ଦେଶର ବାଣିଜି୍ୟକ ରାଜଧାନୀ ମୁମ୍ବାଇରେ ଆତଙ୍କବାଦୀ ଖେଳି ଥିଲେ ରକ୍ତର ହୋଲି। ପାକିସ୍ତାନୀ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବାର ୧୦ ଆତଙ୍କବାଦୀ ମୁମ୍ବାଇ ରେଳ ଷ୍ଟେସନଠାରୁ ଆରମ୍ଭ କରି ନରିମାନ ହାଉସ୍‌, ହୋଟେଲ ଓବରଏ, ହୋଟେଲ ତାଜ ପ୍ୟାଲେସ, ଲିଓପୋଲ୍ଡ କାଫେ ସହ ଏକ ହସ୍ପିଟାଲରେ ଘଟରାଥିଲେ ବର୍ବର କାଣ୍ଡ। ଯାହାକୁ ପାଇଲେ ଗୁଳି ଚଳାଇଲେ। ଇତିମଧ୍ୟରେ ୨୬/୧୧ ମୁମ୍ବାଇ ଆକ୍ରମଣକୁ ୧୬ ବର୍ଷ ପୂରିଯାଇଛି। ଭାରତ ଇତିହାସରେ ୨୬/୧୧ ‘ବ୍ଲାକ ଡେ’ ଭାବେ ନାମିତ ହୋଇଛି।

ଆତଙ୍କବାଦୀଙ୍କ ଗୁଳିରେ ୧୬୬ ନୀରିହ ଜନତାଙ୍କ ମୃତ୍ୟୁ ଘଟିବା ସହ ୩୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ଏହାରି ଭିତରେ ଘଟଣାକୁ ୧୮ ବର୍ଷ ବିତିଯାଇଥିଲେ ସୁଦ୍ଧା, ଆଜି ବି ମଧ୍ୟ ସେଇ ଲୋମହର୍ଷଣକାରୀ ଘଟଣା ମନରୁ ଲିଭୁ ନାହିଁ।

ଅନ୍ୟପକ୍ଷେ ଭାରତୀୟ ସୁରକ୍ଷା କର୍ମୀ ନିଜ ଜୀବନକୁ ବାଜି ଲାଗାଇ ଆତଙ୍କୀଙ୍କୁ ଦମନ ପାଇଁ ଆରମ୍ଭ କରିଥିଲେ ଅପରେଶନ ବ୍ଲାକ ଟର୍ନାଡୋ। ସୁରକ୍ଷା କର୍ମୀଙ୍କ ଗୁଳିରେ ୯ ଆତଙ୍କବାଦୀ ନୀହତ ହୋଇଥିବା ବେଳେ ଆତଙ୍କୀ ଅଜମଲ୍‌ ଅମୀର କସାବଙ୍କୁ ଜୀବନ୍ତ ଧରିବାରେ ସଫଳ ହୋଇଥିଲେ। ନ୍ୟାୟିକ ପ୍ରକ୍ରିୟା ପରେ କସାବଙ୍କୁ ଫାଶୀ ଦଣ୍ଡ ଦିଆଯାଇଥିଲା। ସମଗ୍ର ବିଶ୍ୱରେ ଏହି ଆକ୍ରମଣକୁ ନିନ୍ଦା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri