ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ : ଫଟୋ ଭାଇରାଲ କରି ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଦଶମ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ସବୁବେଳେ ପିଛା କରି ତାଙ୍କୁ ଆପତ୍ତିଜନକ ମନ୍ତବ୍ୟ ଦେବା, ଅସଦାଚରଣ ପ୍ରଦର୍ଶନ କରିବା ଏବଂ ତାଙ୍କ ସହ ଥିବା ଫଟୋକୁ ଏଡିଟିଂ କରି ଫେସବୁକ୍‌ ଓ ସାମାଜିକ ଗଣମାଧ୍ୟମରେ ଭାଇରାଲ କରିବା ଅଭିଯୋଗରେ ପୋଲିସ ସେହି ଗାଁର ଅଭିଯୁକ୍ତ ମନୋଜ ନାଇକ ଓରଫ ରାଜାଙ୍କୁ ମଙ୍ଗଳବାର ଗିରଫ କରି ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ ତଥା ସ୍ବତନ୍ତ୍ର ପୋକ୍ସ କୋର୍ଟକୁ ଚାଲାଣ କରିଛି। ଥାନା ମାମଲା ନଂ.୪୬୬/୨୪ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।
ମାମଲାର ବିବରଣୀରୁ ଜଣାପଡିଛି, ଛାତ୍ରୀ ଜଣକ ଗାଁ ନିକଟସ୍ଥ ହାଇସ୍କୁଲକୁ ପାଠ ପଢିବା ପାଇଁ ଯାଉଥିବା ବେଳେ ଅଭିଯୁକ୍ତ ଜଣକ ତାଙ୍କୁ ପିଛା କରି ନିରୋଳା ରାସ୍ତାରେ ତାଙ୍କୁ ଅଶ୍ଳିଳ ବ୍ୟବହାର କରୁଥିଲେ। ସେ ଛାତ୍ରୀଙ୍କୁ ତାଙ୍କ ସହ ଫଟୋ ଉଠାଇବାକୁ ବାଧ୍ୟ କରୁଥିଲେ। ସେ ମନା କରିବାରୁ ତାଙ୍କ ସହ ଫଟୋ ନ ଉଠାଇଲେ ସେ ତାଙ୍କ ବାପାଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲେ। ଛାତ୍ରୀ ଜଣକ ଭୟଭୀତ ହୋଇ ତାଙ୍କ ସହ ଫଟୋ ଉଠାଇଥିଲେ। ଏହି ଫଟୋକୁ ମନୋଜ ଏଡିଟିଂ କରି ତାହାକୁ ମୋବାଇଲ ଫୋନ୍‌ ଯୋଗେ ଭାଇରାଲ କରିଥିଲେ। ତାହା ପ୍ରଘଟ ହେବା ପରେ ଛାତ୍ରୀଙ୍କ ପରିବାର ପକ୍ଷରୁ ତାଙ୍କ ମାଆ ମଙ୍ଗଳବାର ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏହାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ ପାତ୍ର ମାମଲା ରୁଜୁ କରି ଏହାର ତଦନ୍ତ କରି ମନୋଜଙ୍କୁ ଗିରଫ କରିଥିଲେ। ମନୋଜଙ୍କ ମୋବାଇଲ ଫୋନକୁ ପୋଲିସ ଜବତ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri