ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା, କାଲି ଓଡ଼ିଶାରେ…

ଭୁବନେଶ୍ୱର,୨୭।୧୧: ବଙ୍ଗୋପସାଗରରେ ଡରାଇଲାଣି ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା ପେଙ୍ଗାଲ । ଆଜି ସାମୁଦ୍ରିକ ଝଡ଼ର ରୂପ ନେବ ଗଭୀର ଅବପାତ । କ୍ରମେ ଏହା ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ସ୍ଥଳଭାଗ ମୁହାଁ ହେବ । ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ ଉପକୂଳ ନିକଟବର୍ତ୍ତୀ ହେବ । ଗଭୀର ଅବପାତର ରୂପରେ ୬ ଘଣ୍ଟା ହେଲା ୮ କିଲୋମିଟର ବେଗରେ ଗତି କରୁଛି । ଆସନ୍ତା ଦୁଇ ଦିନ ଭିତରେ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ କରିପାରେ । ପାଣିପାଗ ବିଭାଗର ପୂର୍ବ ଆକଳନ ଅନୁସାରେ, ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇଠାରୁ ୭୨୦ କିଲୋମିଟର ଦୂରରେ ରହିଛି ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ତେବେ ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ପଡିବ। ଗୁରୁବାର ଠାରୁ ରାଜ୍ୟରେ କୋହଲା ପାଗ ରହିବ । ୨୮ ତାରିଖରେ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମରେ ହାଲୁକା ବର୍ଷା ହେବ । ସେହିପରି ନଭେମ୍ବର ୨୯ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ ଓ ଗଜପତିରେ ହାଲୁକା ବର୍ଷା ହେବ। ଉପକୂଳ ସଂଲଗ୍ନ ଜିଲାରେ କୋହଲା ପାଗ ଦେଖିବାକୁ ମିଳିବ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଦିନର ତାପମାତ୍ରାରେ ହ୍ରାସ ଘଟିବ। ୩୦ ଓ ୩୧ ରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଏ ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri