ଡିଜିଟାଲ ଆରେଷ୍ଟ କରି କୋଟିଏ ଟଙ୍କା ଠକେଇ ମାମଲା, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

କଟକ,୨୮।୧୧: ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନ ପୋଲିସ କର୍ମଚାରୀର ପରିଚୟ ଦେଇ ଗିରଫ କରିବାର ଧମକ ଦେବା ସହ ଜଣେ ବ୍ୟକ୍ତିଙ୍କ ଠାରୁ କୋଟିଏରୁ ଉର୍ଦ୍ଧ୍ଵ ଟଙ୍କା ଠକିବାର ଅଭିଯୋଗରେ କ୍ରାଇମବ୍ରାଞ୍ଚ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଉଛନ୍ତି ତେଲେଙ୍ଗାନା ନିଜାମାବାଦର ଅବଦୁଲ ସଲିମ (୩୩) । ପୋଲିସ ଅଭିଯୁକ୍ତ ଠାରୁ ମୋବାଇଲ ଫୋନ, ୩ଟି ସିମ କାର୍ଡ, ସାଉଦି ଆରବର ସିମକାର୍ଡ, ପାସବୁକ, ପାସପୋର୍ଟ, ଆଧାର କାର୍ଡ, ପାନ କାର୍ଡ, ଡେବିଟ କାର୍ଡ ଓ କ୍ରେଡିଟ କାର୍ଡ ଜବତ କରିଛି । ଅଭିଯୁକ୍ତ ସଲିମ ନାମରେ ସାରା ଦେଶରେ ୧୩ରୁ ଅଧିକ ମାମଲାରେ ସମ୍ପୃକ୍ତି ଥିବା ତଦନ୍ତରେ ପୋଲିସ ଜାଣିବାକୁ ପାଇଛି।

ବ୍ରହ୍ମପୁରରେ ରହୁଥିବା ଜଣେ ବରିଷ୍ଠ ନାଗରିକ ଏହି ଡିଜିଟାଲ ଗିରଫ ଭଳି ଠକାମୀର ଶିକାର ହୋଇଥିଲେ । ଠକମାନେ ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନର ପୋଲିସ କର୍ମଚାରୀ ବୋଲି ପରିଚୟ ଦେବା ସହ ତାଙ୍କ ଆଧାରକାର୍ଡରେ ଲିଙ୍କ ହୋଇଥିବା ଏକ ଅଜଣା ମୋବାଇଲ ନମ୍ବର ସମ୍ପର୍କରେ ପଚାରିଥିଲେ । ସେହି ମୋବାଇଲ ନମ୍ବରଟି ବେଆଇନ ଅସ୍ତ୍ରଶସ୍ତ୍ର ଏବଂ ଡ୍ରଗ୍ସ ଭଳି ମାରାତ୍ମକ ଜିନିଷ କିଣିବାରେ ବ୍ୟବହୃତ ହୋଇଛି ବୋଲି ପ୍ରଥମେ ଭୟଭୀତ କରିଥିଲେ । ଏହା ବ୍ୟତୀତ ଉକ୍ତ ନମ୍ବରରୁ ମହାରାଷ୍ଟ୍ରର ଅନେକ ବ୍ୟକ୍ତିଙ୍କୁ ଧମକ ପୂର୍ଣ୍ଣ କଲ୍ ଯାଇଥିବା କଥା ସମ୍ପର୍କରେ ମଧ୍ୟ ଠକମାନେ ଉଲ୍ଲେଖ କରିଥିଲେ । ଏଥିନିମନ୍ତେ ତାଙ୍କୁ ୩ ରୁ ୭ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ହେବ ବୋଲି କହିବା ସହ ଠକ ମାନେ ତାଙ୍କୁ whatsapp ଜରିଆରେ ଭିଡିଓ କଲ କରି ଅଟକ ରଖିଥିଲେ ।

ଅଭିଯୋଗକାରୀ ଜଣକ ମାନସିକ ଅବସାଦର ସମ୍ମୁଖୀନ ହୋଇଥିଲେ । ଯାଞ୍ଚ ପାଇଁ ତାଙ୍କର ସମସ୍ତ ଟଙ୍କାକୁ ଅଭିଯୁକ୍ତର ଆକାଉଣ୍ଟକୁ ଟ୍ରାନ୍ସଫର କରିବାକୁ କହିଥିଲେ । ଏହାସହ ଯାଞ୍ଚ ସମାପ୍ତ ହେବାପରେ ସମ୍ପୂର୍ଣ ଟଙ୍କା ତାଙ୍କ ଆକାଉଣ୍ଟକୁ ଫେରାଇ ଦିଆଯିବ ବୋଲି ଅଭିଯୁକ୍ତ କହିଥିଲେ । ସେହି ଅନୁଯାୟୀ ଅଭିଯୋଗକାରୀ ବରିଷ୍ଠ ନାଗରିକ ଠକର ଆକାଉଣ୍ଟକୁ ଦୁଇଥରରେ ୧ କୋଟି ଟଙ୍କା ଜମା କରିଥିଲେ ।

ପରେ ସେ ଠକାମୀର ଶିକାର ହୋଇଛନ୍ତି ବୋଲି ଜାଣିବା ପରେ କ୍ରାଇମବ୍ରାଞ୍ଚର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ତଦନ୍ତ ଆରମ୍ଭ କରି ଅଭିଯୁକ୍ତ ସଲିମକୁ ଗିରଫ କରିଛି। ଉଲ୍ଲେଖଯୋଗ୍ୟ ଯେ, ୨୦୧୭ ମସିହାରେ ଅଭିଯୁକ୍ତ ସଲିମ ୯ ମାସ ପାଇଁ ଏବଂ ୨୦୨୪ ରେ ମଧ୍ୟ ସାଉଦି ଆରବ ଯାଇଥିଲା ବୋଲି ପୋଲିସ ତଦନ୍ତରେ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri