ଡିସେମ୍ବର ୧ରେ କଂସ ଚୟନ

ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୫ ଜାନୁୟାରୀ ୩ତାରିଖରୁ ଆରମ୍ଭ ହେବ। ଏଥର କଂସ ଅଭିନେତା ଚୟନ ହେବାକୁ ଯାଉଥିବାରୁ ଏହି ମହୋତ୍ସବରେ କାହା ଭାଗ୍ୟରେ କଂସ ଅଭିନୟର ସୁଯୋଗ ଜୁଟିବ ତାକୁ ସଭିଁଏ ଚାହିଁ ବସିଛନ୍ତି। ଆସନ୍ତା ଡିସେମ୍ବର ୪ତାରିଖରେ ଧନୁଯାତ୍ରା ମହୋତ୍ସବର ଶୁଭସ୍ତମ୍ଭ ସ୍ଥାପନ କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ କଂସ ଚୟନ କରାଯିବ ବୋଲି ଜଣାପଡିଛି। ତେବେ ଏପର୍ଯ୍ୟନ୍ତ ଧନୁଯାତ୍ରା ମହୋତ୍ସବ ସମିତି ସେ ନେଇ ତାରିଖ ଘୋଷଣା କରି ନ ଥିବାବେଳେ ଡିସେମ୍ବର ୧ତାରିଖରେ ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ କଂସ ଚୟନ ହେବ ବୋଲି ସୂଚନା ମିଳିଛି।

ସାଧାରଣତଃ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ପ୍ରତି ୩ବର୍ଷରେ ଥରେ କଂସ ଅଭିନେତା ଚୟନ ହୋଇଥାନ୍ତି। ଗତ ୨୦୨୨ରେ କଂସ ଅଭିନେତା ଚୟନ ହୋଇଥିଲା। ଜିଲା ସ୍ବାସ୍ଥ୍ୟ ବିଭାଗରେ ଡ୍ରାଇଭର ଭାବେ କାର୍ଯ୍ୟରତ ହୃଷୀକେଶ ଭୋଇ ସେତେବେଳେ ପ୍ରଥମ ସ୍ଥାନ ଅଧିକାର କରି କଂସ ଅଭିନୟ ପାଇଁ ଚୟନ ହୋଇଥିଲେ ଏବଂ ଆସନ୍ତା ଧନୁଯାତ୍ରା ତାଙ୍କ ପାଇଁ ଶେଷ ସୁଯୋଗ ଥିଲା। କିନ୍ତୁ ଲାଞ୍ଚ ନେଇ ସେ ବିବାଦୀୟ ହୋଇ ପଡ଼ିବାରୁ ଧନୁଯାତ୍ରା ମହୋତ୍ସବ ସମିତି ତାଙ୍କୁ ଏଥର କଂସ ଅଭିନୟରୁ ବାଦ୍‌ ଦେଇଛି। ଅନ୍ୟପକ୍ଷେ ଗତ ୨୦୨୨ରେ ହୋଇଥିବା କଂସ ଚୟନ ପ୍ରକ୍ରିୟାରେ ଦ୍ୱିତୀୟରୁ ପଞ୍ଚମ ସ୍ଥାନ ମଧ୍ୟରେ ରହିଥିବା ୪କଳାକାରଙ୍କ ମଧ୍ୟରୁ ଜଣଙ୍କୁ କଂସ ଅଭିନୟର ସୁଯୋଗ ଦେବାକୁ ନିଷ୍ପତ୍ତି ହୋଇଛି। ସେମାନଙ୍କ ମଧ୍ୟରେ ଭୁବନେଶ୍ୱର ପ୍ରଧାନ, ଆର୍ତ୍ତତ୍ରାଣ ସୁନାନୀ, ଜଗଦାନନ୍ଦ ମିଶ୍ର ଏବଂ ସୁଶିଲ କୁମାର ମେହେର ରହିଛନ୍ତି। ଫଳରେ ଆସନ୍ତା ୧ ତାରିଖରେ ହେବାକୁ ଥିବା ଚୟନ ପ୍ରକ୍ରିୟାରେ ସେମାନଙ୍କ ମଧ୍ୟରୁ ଯିଏ ପ୍ରଥମ ସ୍ଥାନ ଅଧିକାର କରିବେ, ସେ ହିଁ ଆସନ୍ତା ଧନୁଯାତ୍ରାରେ ବର୍ଷକ ପାଇଁ କଂସ ଅଭିନୟ କରିବେ ବୋଲି ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri