ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ୍‌ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଯସ୍ମିନ ପଟ୍ଟନାୟକଙ୍କୁ ସତ୍ୟବାଦୀସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳସଚିବ(ରେଜିଷ୍ଟ୍ରାର) ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ରାଜ୍ୟ ନିର୍ବାଚନ କମିଶନରେ ଯୁଗ୍ମ ସଚିବ ଶ୍ୱେତ କୁମାର ଦାଶଙ୍କୁ ବ୍ରହ୍ମପୁରଠାରେ ଖଲ୍ଲିକୋଟ ବିଶ୍ବବିଦ୍ୟାଳୟର କୁଳସଚିବ ଭାବେ ବଦଳି କରାଯାଇଛି। ସେହିପରି ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପାଢ଼ୀଙ୍କୁ ରାଜ୍ୟ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ସଞ୍ଜୀବିତା ରାୟଙ୍କୁ କଟକସ୍ଥିତ ଓଡ଼ିଶା ଲୋକସେବା ଆୟୋଗର ଯୁଗ୍ମ ପରୀକ୍ଷା ନିୟନ୍ତ୍ରକ ଭାବେ ବଦଳି କରାଯାଇଥିବା ବେଳେ ଭୁବନେଶ୍ୱରରେ ଇଡ୍‌କୋ ଲ୍ୟାଣ୍ଡ ଅଫିସର ସ୍ବାତୀ ମିଶ୍ର ଓ ଓଏଏସ୍‌ ଅମ୍ବିକା ପ୍ରସାଦ ଦାଶଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନରେ ଯୁଗ୍ମ ସଚିବ, ଶିଳ୍ପ ବିଭାଗର ଉପନିର୍ଦ୍ଦେଶକ ହରପ୍ରିୟା ଦାଶଙ୍କୁ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ,ମାନସ ରଞ୍ଜନ ସାମଲଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନକୁ ଉପସଚିବ ଭାବେ ବଦଳି ହୋଇଛି। ସେହିପରି ବରିଷ୍ଠ ଓଏଏସ୍‌ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ବତନ୍ତ୍ର ସଚିବ, ଓଏଏସ୍‌ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ବତନ୍ତ୍ର ସଚିବ, ଇତିଶ୍ରୀ ଦାସଙ୍କୁ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ, ସୁଚିତ୍ରା ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନରେ ଅତିରିକ୍ତ ଆବାସିକ କମିଶନର ଭାବେ ଅବସ୍ଥାପିତ କରାଯାଇଛି। ଓଏଏସ୍‌ ଦୁର୍ଗା ପ୍ରସାଦ ମହାରଣାଙ୍କୁ ଓଡ଼ିଶା ଅନୁସୂଚିତ ଜାତି ଓ ଜନଜାତି ଅର୍ଥ ସମବାୟ ନିଗମର ଜେନେରାଲ ମ୍ୟାନେଜର ଭାବେ ବଦଳି କରାଯାଇଥିବା ବେଳେ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଅନନ୍ତ ନାରାୟଣ ଲାଗୁରୀଙ୍କୁ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ, ଅକ୍ଷୟ କୁମାର ଖେମୁଡୁଙ୍କୁ ରାୟଗଡ଼ା ଜିଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ), ହେମାବନ୍ତୀ ପାତ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଉପସଚିବ, ଅଜୟ କୁମାର ପ୍ରଧାନଙ୍କୁ ରାୟଗଡ଼ା ଆଇଟିଡିଏ ପ୍ରକଳ୍ପ ଅଧିକାରୀ ଓ ନିର୍ଲିପ୍ତା ମହାନ୍ତିଙ୍କୁ ବାଲେଶ୍ୱର ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri