Posted inଜାତୀୟ

ଅଧରାତିରେ ଅମିତ ଶାହାଙ୍କୁ ଭେଟିଲେ ଏକନାଥ ଶିନ୍ଦେ: ମୁଖ୍ୟମନ୍ତ୍ରୀ ବଦଳରେ ମାଗିଲେ ଏସବୁ ପଦ

ପୁଣେ,୨୯।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ପ୍ରଚଣ୍ଡ ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରି ନାହିଁ। ଅବଶ୍ୟ, ଏହା ନିଶ୍ଚିତ ଯେ, ଏକନାଥ ଶିନ୍ଦେ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ। ଏହା ବଦଳରେ ସେ ବର୍ତ୍ତମାନ ଭାଜପା ହାଇକମାଣ୍ଡଙ୍କ ଠାରୁ ଏକ ବଡ ଦାବି କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବା ପରେ ଶିନ୍ଦେ ଶିବସେନା ପକ୍ଷ ଉପସ୍ଥାପନ କରିଥିଲେ ଏବଂ ୧୨ଟି ମନ୍ତ୍ରୀ ପଦ ସହିତ ବିଧାନ ପରିଷଦ ଅଧ୍ୟକ୍ଷ ପଦବୀ ଦାବି କରିଥିଲେ। କୁହାଯାଉଛି ଯେ, ଏକନାଥ ଶିନ୍ଦେ ଗୃହ ମନ୍ତ୍ରଣାଳୟ, ନଗର ଉନ୍ନୟନ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗ ପାଇଁ ଦାବି କରିଛନ୍ତି। ଏଥି ସହିତ ଶିବସେନା ପ୍ରତି ସମ୍ମାନ ରକ୍ଷା କରିବାକୁ ଅମୃତ ଶାହାଙ୍କୁ ଅନୁରୋଧ କରିଛନ୍ତି।
ଗୁରୁବାର ବିଳମ୍ବିତ ରାତିରେ ଅମିତ ଶାହାଙ୍କ ସହ ଅନୁଷ୍ଠିତ ବୈଠକରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ପଦ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ।
ସୂଚନାଯୋଗ୍ୟ ଯେ, ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ, ଭାଜପା ନେତା ଦେବେନ୍ଦ୍ର ଫଡନଭିସ, ଏନସିପି ମୁଖ୍ୟ ଅଜିତ ପାୱାର ଏବଂ ଅନ୍ୟାନ୍ୟ ଗ୍ରାଣ୍ଡ ଆଲାଇନ୍ସର ନେତାମାନେ ଗୁରୁବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡାଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri