ପ୍ରତିମାସ ୨୩ରେ ଛତୁଆ ମିଶ୍ରଣ, ୧ରେ ବଣ୍ଟନ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁ, ଗର୍ଭବତୀ ମହିଳା ଏବଂ ପ୍ରସୂତିଙ୍କ ଅତିରିକ୍ତ ପୁଷ୍ଟି ସାଧନ ପାଇଁ ଛତୁଆ ଯୋଗାଣ ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଏବଂ ଉତ୍କୃଷ୍ଟ ମାନ ବଜାୟ ରଖିବା ପାଇଁ କେତେକ ନୂଆ ନିଷ୍ପତ୍ତି ହୋଇଛି। ପ୍ରତି ମାସର ୨୩ ତାରିଖକୁ ଛତୁଆ ମିଶ୍ରଣ ଦିନ ଭାବେ ସ୍ଥିର କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସାରା ରାଜ୍ୟର ୩୩୮ ଆଇସିଡିଏସ୍‌ ପ୍ରକଳ୍ପ ଅଧୀନରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ବାରା ଛତୁଆ ମିଶ୍ରଣ ପ୍ରକ୍ରିୟା ଆରମ୍ଭ କରାଯାଇଛି। ପୂର୍ବରୁ ଜାରି କରାଯାଇଥିବା ସଂଶୋଧିତ ଗାଇଡ୍‌ଲାଇନ୍‌ ଅନୁଯାୟୀ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ, ଜିଲା ସମାଜ ମଙ୍ଗଳ ଅଧିକାରୀ, ସିଡିପିଓ କିମ୍ବା ମିଶନଶକ୍ତିର ପ୍ରୋଗ୍ରାମ ଅଧିକାରୀଙ୍କ ଉପସ୍ଥିତିରେ ନିର୍ଦ୍ଧାରିତ ପରିମାଣର ସାମଗ୍ରୀ ମିଶ୍ରଣ କରି ଛତୁଆ ପ୍ରସ୍ତୁତ କରାଯାଇଛି। ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ତରଫରୁ ପ୍ରତି ଜିଲାରେ ଚାଲିଥିବା ମିଶ୍ରଣ ପ୍ରକ୍ରିୟାରେ ମାନ, ଛତୁଆ ପ୍ରସ୍ତୁତି କେନ୍ଦ୍ରର ଭିତ୍ତିଭୂମି, ସ୍ବଚ୍ଛତା, ବ୍ୟବହୃତ ମେଶିନର ଗୁଣବତ୍ତା, ପ୍ୟାକେଜିଂ ଆଦିକୁ ନିରୀକ୍ଷଣ ଏବଂ ତଦାରଖ କରାଯାଉଛି। କେନ୍ଦୁଝର ଜିଲାରେ ଜିଲାପାଳ ଉପସ୍ଥିତ ରହି ଏହି ଛତୁଆ ମିଶ୍ରଣ କାର୍ଯ୍ୟର ତଦାରଖ କରିଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଛତୁଆ ପ୍ରସ୍ତୁତି ପାଇଁ ରାଜ୍ୟର ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ୧ ବର୍ଷିଆ ଚୁକ୍ତିରେ ଚୟନ କରାଯାଇ ଛତୁଆ ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ତାଲିମ ଦିଆଯାଇଛି। ଗହମ, ବାଦାମ, ବୁଟ ଏବଂ ଚିନିର ମିଶ୍ରଣରେ ପ୍ରସ୍ତୁତ ଛତୁଆକୁ ୬ ମାସରୁ ୩ ବର୍ଷ ବୟସର ଶିଶୁ, ଗର୍ଭବତୀ, ପ୍ରସୂତି ଏବଂ ୩ରୁ ୬ ବର୍ଷର ଅତିଶୟ ପୁଷ୍ଟିହୀନ ଶିଶୁଙ୍କୁ ଶୁଖିଲା ଖାଦ୍ୟ ଭାବେ ଯୋଗାଇ ଦିଆଯାଉଛି। ଏଣିକି ପ୍ରତିମାସ ୧ତାରିଖରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ମାତୃ କମିଟି ଓ ଯାଞ୍ଚ କମିଟି ଉପସ୍ଥିତିରେ ଛତୁଆ ବଣ୍ଟନ କରାଯିବ। ନିର୍ଦ୍ଧାରିତ ୨୩ ତାରିଖ ଛୁଟିଦିନ ହୋଇଥିଲେ ମଧ୍ୟ ସେହିଦିନ ହିଁ ଛତୁଆ ମିଶ୍ରଣ କରାଯିବ। ଶୁକ୍ରବାର ସାରା ରାଜ୍ୟରେ ଜନ୍ମାଷ୍ଟମୀ ପାଇଁ ସରକାରୀ ଛୁଟି ରହିଥିବାବେଳେ ଛତୁଆ ମିଶ୍ରଣ କରାଯାଇଛି। ଏହାଦ୍ବାରା ଛତୁଆ ଯୋଗାଣ ପ୍ରକ୍ରିୟାରେ ଅଧିକ ସ୍ବଚ୍ଛତା ଆସିବା ସହ ଉନ୍ନତମାନ ବଜାୟ ରଖିହେବ ବୋଲି ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଆଶାବ୍ୟକ୍ତ କରିଛନ୍ତି। ଏହି ପ୍ରକ୍ରିୟା ସହ ଜଡ଼ିତ ସମସ୍ତ ଅଧିକାରୀ ଗାଇଡ୍‌ଲାଇନ୍‌ର ଅନୁପାଳନ କରିବାକୁ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri