ଡିଜିପି-ଆଇଜି ସମ୍ମିଳନୀକୁ ଉଦ୍‌ଘାଟନ କଲେ ଶାହା

ଭୁବନେଶ୍ୱର,୨୯ା୧୧: ଭୁବନେଶ୍ୱର ଲୋକସେବା ଭବନରେ ଅନୁଷ୍ଠିତ ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଏନଏସ୍‌ଏ ଅଜିତ ଡୋଭାଲ ଉପସ୍ଥିତ ଥିଲେ। ସମ୍ମିଳନୀରେ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ବିଚାରବିମର୍ଶ କରାଯିବ। ଏଥିରେ ସମସ୍ତ ରାଜ୍ୟର ଡିଜି-ଆଇଜିଙ୍କ ସହ ବିଭିନ୍ନ ଏଜେନ୍ସି ମୁଖ୍ୟ ସମ୍ମିଳନୀରେ ଯୋଗ ଦେଇଛନ୍ତି। ଏହି ସମ୍ମିଳନୀ ୩ ଦିନ ଧରି ଚାଲିବ।

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ଆସି ପହଞ୍ଚି ଥିଲେ। ପରେ ଲୋକସେବା ଭବନରେ ପହଞ୍ଚି ଆନୁଷ୍ଠାନିକ ଭାବେ ସମ୍ମିଳନୀକୁ ଉଦ୍‌ଘାଟନ କରିଥିଲେ। ଅନ୍ୟପକ୍ଷେ ସମ୍ମିଳନୀରେ ଯୋଗ ଦେବାନେଇ ପ୍ରଧାନମନ୍ତ୍ରୀ ମୋଦି ଅପରାହ୍ନ ୪ଟା ୨୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରିକି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ମୋଦିଙ୍କ ଗସ୍ତକୁ ନେଇ ଭୁବନେଶ୍ୱରର ବିଭିନ୍ନ ରୁଟ୍‌ରେ ଟ୍ରାଫିକ କଟକଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri